ରାଜ୍ୟପାଳଙ୍କ ଦ୍ୱାରା ରିସାଇଟ୍‌ ଡଟ୍‌ ୱାଲର୍‌ଡ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଉଦୟଗିରି ଫାଉଣ୍ଡେଶନ୍‌ ଟ୍ରଷ୍ଟ ପକ୍ଷରୁ ରିସାଇଟ୍‌ ଡଟ୍‌ ଓ୍ବାଲର୍‌ଡ ଓ୍ବେବ୍‌ସାଇଟ ଶୁକ୍ରବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି। ଫାଉଣ୍ଡେଶନ୍‌ର ଚେୟାରମ୍ୟାନ୍‌ ଜେ.ପି.ଜଗଦେବ ଯୋଗଦେଇ ଓ୍ବେବସାଇଟ୍‌ ସମ୍ପର୍କରେ ସୂଚନା ଦେଇଥିଲେ। www.recite.world ୱେବ୍‌/ମୋବାଇଲ୍‌ ଆପ୍ଲିକେଶନ୍‌ରେ ଆମର ଅତୀତ ଏବଂ ବର୍ତ୍ତମାନର ବିଭିନ୍ନ ସାହିତି୍ୟକ କାର୍ଯ୍ୟକ୍ରମଗୁଡ଼ିକ ସହଜରେ ଓ ମାଗଣାରେ ଉପଲବ୍ଧ ହେବ। ଯେକୌଣସି ସ୍ଥାନରେ, ଯେକୌଣସି ସମୟରେ ଏହାକୁ ଲୋକମାନେ ଦେଖିପାରିବେ। ଦର୍ଶକଙ୍କ ମଧ୍ୟରେ ଆଦୃତି ପାଇବା ପାଇଁ ଏହା ଅଡିଓ ବୁକ୍‌ ଫର୍ମାଟରେ ମଧ୍ୟ ଉପଲବ୍ଧ ବୋଲି ଜଗ୍‌ଦେବ କହିଥିଲେ। ଲେଖକଙ୍କ ପ୍ରଥମ ବ୍ଲକରେ ଫକୀରମୋହନ ସେନାପତି, ଗୋଦାବରୀଶ ମହାପାତ୍ର, ଲକ୍ଷ୍ମୀକାନ୍ତ ମହାପାତ୍ର, ଭଗବତୀ ଚରଣ ପାଣିଗ୍ରାହୀ, ସୁରେନ୍ଦ୍ର ମହାନ୍ତି ଏବଂ ଅଖିଲ ମୋହନ ପଟ୍ଟନାୟକଙ୍କ ପରି ମହାନ ଲେଖକମାନଙ୍କର ୫୦ଟି କ୍ଷୁଦ୍ର ଗଳ୍ପ ଚୟନ କରି ଉପସ୍ଥାପିତ କରାଯାଇଛି। ପରବର୍ତ୍ତୀ ସମୟରେ ନୂତନ ଏବଂ ଆଧୁନିକ ସାହିତ୍ୟର ବିଭିନ୍ନ କୃତି ପ୍ରକାଶ କରାଯିବ ବୋଲି ଜଗଦେବ କହିଛନ୍ତି। କାର୍ଯ୍ୟକ୍ରମରେ ଅତିଥିଭାବେ ଇଷ୍ଟର୍ନ ମିଡିଆ ଲିମିଟେଡ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତନୟା ପଟ୍ଟନାୟକ ଏବଂ ମୋ ସ୍କୁଲ୍‌ ଅଭିଯାନର ଚେୟାରମ୍ୟାନ୍‌ ଏସ୍‌. ସୁସ୍ମିତା ବାଗଚି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri