Posted inଜାତୀୟ

‘ରାଜ୍ୟପାଳ ନିର୍ବାଚିତ ପ୍ରତିନିଧି ନୁହନ୍ତି: ବିଲ୍ ପାସ୍ ହେବାରେ ବିଳମ୍ବ କାହିଁକି ହେଉଛି’, ପଞ୍ଜାବ ମାମଲାରେ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୧୧: ପଞ୍ଜାବ ସରକାର ଏବଂ ରାଜ୍ୟପାଳଙ୍କ ମଧ୍ୟରେ ବିବାଦର ଶୁଣାଣି କରି ଚିନ୍ତା ପ୍ରକଟ କରିଛନ୍ତି ସୁପ୍ରିମକୋର୍ଟ। ସୋମବାର ପଞ୍ଜାବ ସରକାର ଦାଖଲ କରିଥିବା ପିଟିସନର ଶୁଣାଣି କରି ନିର୍ବାଚିତ ପ୍ରତିନିଧି ମାନଙ୍କ ଦ୍ୱାରା ପାରିତ ହୋଇଥିବା ବିଲ୍ ଗୁଡିକ ରାଜ୍ୟପାଳଙ୍କ ନିକଟକୁ ଯିବା ଆଗରୁ ସେ ଏହା ଉପରେ କାର୍ଯ୍ୟ କରିବା ଉଚିତ ବୋଲି କୋର୍ଟ କହିଥିଲେ। ପଞ୍ଜାବ ରାଜ୍ୟପାଳ ବନୱାରୀଲାଲ ପୁରୋହିତ ସରକାରଙ୍କ ଦ୍ୱାରା ପାରିତ ହୋଇଥିବା ବିଲ୍ ଗୁଡିକୁ ଅନୁମୋଦନ ଦେବା ପାଇଁ ବିଳମ୍ବ କରିବା ଅଭିଯୋଗରେ କୋର୍ଟ ଏହି ମନ୍ତବ୍ୟ ଦେଇଛନ୍ତି।

କୋର୍ଟ ଅତି କଡ଼ା ଭାଷାରେ କହିଛନ୍ତି ଯେ, ରାଜ୍ୟପାଳ ଲୋକମାନଙ୍କ ନିର୍ବାଚିତ ପ୍ରତିନିଧି ନୁହନ୍ତି, ମାମଲା କୋର୍ଟ ପର୍ଯ୍ୟନ୍ତ ଆସିବାର ନଥିଲା। ଏହା ପୂର୍ବରୁ ରାଜ୍ୟପାଳ ନିଜର ସାମାନ୍ୟ ଆତ୍ମଚିନ୍ତନ କରିବା ଆବଶ୍ୟକ ବୋଲି କୋର୍ଟ କହିଥିଲେ।

ନଭେମ୍ବର ୧୦ ତାରିଖରେ ହେବାକୁ ଥିବା ମାମଲାର ଆଗାମୀ ଶୁଣାଣି ପୂର୍ବରୁ ପଞ୍ଜାବ ରାଜ୍ୟପାଳଙ୍କ ଦ୍ୱାରା ନିଆଯାଇଥିବା ପଦକ୍ଷେପ ବିଷୟରେ ଏକ ନୂଆ ରିପୋର୍ଟ ଦାଖଲ କରିବାକୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ କହିଥିଲେ କୋର୍ଟ। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଖଣ୍ଡପୀଠ ଏହି ଶୁଣାଣି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri