Posted inଜାତୀୟ

୧୩ ରାଜ୍ୟର ରାଜ୍ୟପାଳ-ଉପରାଜ୍ୟପାଳ ବଦଳିଲେ…

ନୂଆଦିଲ୍ଲୀ,୧୨।୨ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ୧୩ ରାଜ୍ୟର ରାଜ୍ୟପାଳ-ଉପରାଜ୍ୟପାଳ ବଦଳି କରିଛନ୍ତି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ ଇସ୍ତଫା ଗ୍ରହଣ କରି ସେ ରମେଶ ବୈସଙ୍କୁ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଏହା ବ୍ୟତୀତ ଲଦାଖର ଉପରାଜ୍ୟପାଳ ରାଧା କୃଷ୍ଣନ ମାଥୁରଙ୍କ ଇସ୍ତଫା ମଧ୍ୟ ଗ୍ରହଣ କରାଯାଇଛି। ତାଙ୍କ ସ୍ଥାନରେ ଅରୁଣାଚଳର ବ୍ରିଗେଡିୟର୍‌ ବିଡି ମିଶ୍ରଙ୍କୁ ଲଦାଖର ଉପରାଜ୍ୟପାଳ ନିଯୁକ୍ତ କରାଯାଇଛି।

ଏଥି ସହିତ ରାଷ୍ଟ୍ରପତି ଲ୍ୟୁଟନାଟ ଜେନେରାଲ କୈବଲ୍ୟ ତ୍ରିବିକ୍ରମ ପରନାଇକଙ୍କୁ ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଭାବରେ ନିଯୁକ୍ତ କରିଛନ୍ତି। ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ସିକ୍କିମର ରାଜ୍ୟପାଳ, ଝାଡଖଣ୍ଡର ରାଜ୍ୟପାଳ ଭାବେ ସିପି ରାଧାକୃଷ୍ଣନ, ଆସାମର ଗୁଲାବ ଚାନ୍ଦ କାଟାରିଆ, ହିମାଚଳ ପ୍ରଦେଶର ଶିବ ପ୍ରତାପ ଶୁକ୍ଲା, ଅବସରପ୍ରାପ୍ତ ଜଷ୍ଟିସ ଏସ ଅବଦୁଲ ନାଜିରଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତିଙ୍କ ଦ୍ୱାରା ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନଙ୍କୁ ଛତିଶଗଡର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିଲା। ମଣିପୁରର ରାଜ୍ୟପାଳ ଭାବେ ଛତିଶଗଡ ରାଜ୍ୟପାଳ ଅନୁସୁୟା ଉକେଇଙ୍କୁ ନିଯୁକ୍ତି ଦିଆଯାଇଛି।

ମଣିପୁରର ରାଜ୍ୟପାଳ ଲା ଗଣେଶନଙ୍କୁ ନାଗାଲାଣ୍ଡର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ମେଘାଳୟର ରାଜ୍ୟପାଳ ଭାବେ ବିହାର ରାଜ୍ୟପାଳ ଫାଗୁ ଚୌହାନ ନିଯୁକ୍ତ ହୋଇଛନ୍ତି। ହିମାଚଳ ପ୍ରଦେଶର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ବିହାରର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri