ଏସ୍‌ଏଚ୍‌ଜି ମହିଳାଙ୍କଠାରୁ ସବାଇ ଘାସରେ ତିଆରି ସୋଫା କିଣିଲେ ରାଜ୍ୟପାଳ

ମୋରଡା,୨୦।୨(ସ୍ମାରକ ମାଜୀ): ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ଏହି ଅବସରରେ ରାଜ୍ୟପାଳ ଶୁଳିଆପଦା ବ୍ଲକର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ରାଜ୍ୟପାଳ ପ୍ରଥମେ କୁଜିଡ଼ିହି ମଡେଲ ଅଙ୍ଗନବାଡି କେନ୍ଦ୍ରକୁ ପରିଦର୍ଶନ କରି କର୍ମଚାରୀଙ୍କ ସହିତ ଆଲୋଚନା କରିବା ପରେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କୁ ଭେଟି ଥିଲେ।

ଏହି ଅବସରରେ କେତେଜଣ ଯୋଗ୍ୟ ହିତାଧିକାରୀ ଘର ମିଳି ନ ଥିବା ରାଜ୍ୟପାଳଙ୍କୁ ଜଣାଇଥିଲେ। ଏପରି କି ତୁରନ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ଯୋଗାଇ ଦେବାକୁ ରାଜ୍ୟପାଳଙ୍କୁ ଏକ ଅନୁରୋଧ ପତ୍ର ପ୍ରଦାନ କରିଥିଲେ।

ପରେ ରାଜ୍ୟପାଳ କୋଷ୍ଠା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଡାକ୍ତର, ଆଶାକର୍ମୀଙ୍କ ସହିତ ଆଲୋଚନା କରିଥିଲେ। ଏପରି କି ସେ ରୋଗୀଙ୍କୁ ଭେଟି ସ୍ବାସ୍ଥ୍ୟସେବା ସମ୍ପର୍କରେ ପଚାରି ବୁଝିଥିଲେ l ଏହା ପରେ ସାଲସାହି ଗସ୍ତ କରି ଓରମାସ ସବାଇ କ୍ଲଷ୍ଟରର ସ୍ବୟଂ ସହାୟକ ମହିଳା ଗୋଷ୍ଠୀଙ୍କୁ (ଏସ୍‌ଏଚ୍‌ଜି)ଭେଟି ସବାଇ ଘାସରେ ତିଆରି ବିଭିନ୍ନ ସାମଗ୍ରୀର ଚାହିଦା ବାବଦରେ ଅବଗତ ହୋଇଥିଲେ। ସବାଇ ଘାସରେ ତିଆରି ହୋଇଥିବା ଏକ ସୋଫା କିଣିଥିଲେ l

ରାଜ୍ୟପାଳ ବଡ଼ଢେଙ୍କିଆ ଗ୍ରାମରେ ପହଞ୍ଚି କୃଷକମାନଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏପରିକି ଚାଷୀଙ୍କ ସମସ୍ୟାର ତୁରନ୍ତ ସମାଧାନ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟପାଳଙ୍କ ସହିତ ମୟୂରଭଞ୍ଜ ଜିଲାପାଳ ଆଶିଷ ଠାକ୍‌ରେ, ଏସ୍‌ପି ଏସ୍‌. ସୁଶ୍ରୀଙ୍କ ସହ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?