Posted inଜାତୀୟ

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ ଏହା ଚତୁର୍ଥ ଘଟଣା। ରାଜ୍ୟ ପ୍ରସ୍ତୁତ ଭାଷଣରେ ଧ୍ୟାନ ରଖିବା ପାଇଁ ବାଚସ୍ପତି ଏମ୍‌. ଅପ୍ପାଭୁ ରାଜ୍ୟପାଳଙ୍କୁ ନିବେଦନ କରିବା ପରେ ଏହାକୁ ନେଇ ଯୁକ୍ତି ହୋଇଥିଲା। ରାଜ୍ୟପାଳଙ୍କ କାର୍ଯ୍ୟ ଗୃହ ଏବଂ ରାଜ୍ୟବାସୀଙ୍କ ପାଇଁ ଅପମାନ ବୋଲି ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ କହିଛନ୍ତି। ସରକାରଙ୍କ ନୀତି ସମ୍ପର୍କିତ ବକ୍ତବ୍ୟ ଭିତ୍ତିହୀନ ଦାବି ଓ ବିଭ୍ରାନ୍ତିକର ଦର୍ଶାଇ ନ ପଢ଼ିବା ପାଇଁ ରାଜ୍ୟପାଳ ଯୁକ୍ତି କରିଥାନ୍ତି। ଅନ୍ୟପକ୍ଷରେ ଜାତୀୟ ସଙ୍ଗୀତକୁ ସମ୍ମାନ ଦେବା ମୌଳିକ ସାମ୍ବିଧାନିକ କର୍ତ୍ତବ୍ୟ ହୋଇଥିବାବେଳେ ତାହାର ଉଲ୍ଲଂଘନ ହୋଇଥିବା ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଅଭିଯୋଗ ହୋଇଛି।
ଘଟଣା ପରେ ରାଜ୍ୟ ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଅନିବାର୍ଯ୍ୟ ବୋଲି ରହିଥିବା ବ୍ୟବସ୍ଥାର ଉଚ୍ଛେଦ ପାଇଁ ସମ୍ବିଧାନ ସଂଶୋଧନ ପାଇଁ ତାଙ୍କ ଦଳ ଉଦ୍ୟମ କରିବ ବୋଲି ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ଅଧ୍ୟକ୍ଷ ଷ୍ଟାଲିନ କହିଛନ୍ତି। ରବି କକ୍ଷତ୍ୟାଗ କରିବା ପରେ ବାଚସ୍ପତି ଅପ୍ପାଭୁ ରାଜ୍ୟ ପ୍ରସ୍ତୁତ ରାଜ୍ୟପାଳଙ୍କ ଅଭିଭାଷଣର ତାମିଲ ସଂସ୍କରଣ ପାଠ କରିଥିଲେ। ଏହି ସମୟରେ ମୁଖ୍ୟ ବିରୋଧୀ ଦଳ ଏଆଇଏଡଏମ୍‌କେ ଓ ଅନ୍ୟ ବିରୋଧୀ ଦଳଗୁଡ଼ିକ ରାଜ୍ୟରେ ଆଇନଶୃଙ୍ଖଳା ବିଫଳ ହୋଇଥିବା ଅଭିଯୋଗ କରି କକ୍ଷତ୍ୟାଗ କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri