ବଡ଼ ଭଉଣୀଙ୍କ ଆଶୀର୍ବାଦ ନେଲେ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ):ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଗଣେଶୀ ଲାଲ୍‌ଙ୍କ ସ୍ଥାନରେ ରଘୁବରଙ୍କୁ ଅବସ୍ଥାପିତ କରାଯାଇଛି। ରଘୁବରଙ୍କୁ ରାଜ୍ୟପାଳଭାବେ ନିଯୁକ୍ତ କରାଯିବା ପରେ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛା ଏବଂ ଅଭିନନ୍ଦନର ସୁଅ ଛୁଟୁଛି। ଝାଡ଼ଖଣ୍ଡର ଭାଜପା ନେତାମାନେ ରଘୁବରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଅପରପକ୍ଷରେ ପରମ୍ପରା ଅନୁଯାୟୀ ରଘୁବର ଗୁରୁବାର ବଡ଼ଭଉଣୀଙ୍କଠାରୁ ଆଶୀର୍ବାଦ ନେଇଛନ୍ତି। ସାନ ଭାଇର ମଥାରେ ଚନ୍ଦନ, ସିନ୍ଦୂର ଲଗାଇ ଦୀପ ବନ୍ଦାପନା କରିଛନ୍ତି ବଡ଼ ଭଉଣୀ।
ଏହି ଅବସରରେ ରଘୁବର ପୁରୁଣା ଦିନର ସଂଘର୍ଷମୟ ସ୍ମୃତିକୁ ମନେ ପକାଇଛନ୍ତି। ଏଥିସହ ସେ ନିଜକୁ ଭାଗ୍ୟବାନ ବୋଲି ମନେ କରିଛନ୍ତି। ଟାଟା ଷ୍ଟିଲରେ ଜଣେ ସାଧାରଣ କର୍ମଚାରୀ ଭାବେ କର୍ମମୟ ଜୀବନ ଆରମ୍ଭ କରିଥିବା ରଘୁବର ପରବର୍ତ୍ତୀ ସମୟରେ ରାଜନୀତିରେ ପ୍ରବେଶ କରିବା ସହ ବିଭିନ୍ନ ଦାୟିତ୍ୱ ତୁଲାଇଛନ୍ତି। ମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଝାଡ଼ଖଣ୍ଡବାସୀଙ୍କ ସେବା କରିବା ତାଙ୍କ ପାଇଁ ଏକ ବରଦାନ ଥିଲା। ତାଙ୍କୁ ରାଜ୍ୟପାଳ ଭଳି ଏକ ସାମ୍ବିଧାନିକ ପଦବୀରେ ଅବସ୍ଥାପିତ କରିଥିବାରୁ ସେ କେନ୍ଦ୍ରୀୟ ନେତୃବୃନ୍ଦଙ୍କ ପ୍ରତି କୃତଜ୍ଞତା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ହେବ ଜଣେ ଲୋକପ୍ରିୟ ନେତା ଭାବେ ଓଡ଼ିଶାବାସୀଙ୍କ ସେବା କରୁଛନ୍ତି। ତେଣୁ ଓଡ଼ିଶାର ବିକାଶ ପାଇଁ ସେ ସବୁ ପ୍ରକାର ଚେଷ୍ଟା କରିବେ ବୋଲି ରଘୁବର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri