ପୁରୀ ରାଜଭବନରେ ଅଭାବନୀୟ କାଣ୍ଡ, ଏଏସଓଙ୍କୁ ପିଟିଲେ ରାଜ୍ୟପାଳଙ୍କ ପୁଅ

(ଅସମାପିକା ସାହୁ)- ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଜଣେ ଏଏସ୍‌ଓ ଅଭିଯୋଗ ଆରିଛନ୍ତି। ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୈକୁଣ୍ଠନାଥ ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଗତ ୮ତାରିଖ ଅପରାହ୍ନ ସାଢ଼େ ୪ଟାରେ ମୌଖିକ ଅବଗତ କରି ନ୍ୟାୟ ପାଇଁ ଗୁହାରି କରିଥିଲେ। କିନ୍ତୁ କିଛି ସୁଫଳ ନ ମିଳିବାରୁ ବୁଧବାର ପୁଣିଥରେ ବୈକୁଣ୍ଠନାଥ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି। ଅଭିଯୋଗ ଅନୁସାରେ, ଏବେ ସଂସଦୀୟ ବ୍ୟାପାର ବିଭାଗରେ ନିଯୁକ୍ତ ପାଇଛନ୍ତି ଓ ଡେପୁଟେସନରେ ରାଜଭବନର ହାଉସହୋଲ୍ଡ ସେକ୍ସନରେ ଏଏସଓ(ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଭାବେ କାର୍ଯ୍ୟରତ ଅଛନ୍ତି। ତାଙ୍କ ଲିଖିତ ଅଭିଯୋଗ ସେ ଦର୍ଶାଇଛନ୍ତି, ପୁରୀ ରାଜଭବନରେ ଗତ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗତ ୭ ଓ ୮ ତାରିଖ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ତାଙ୍କର ରାଜଭବନ ରହଣୀର ପ୍ରସ୍ତୁତି ତଦାରଖ ପାଇଁ ସେ(ପୁରୀ ରାଜଭବନର ଇନଚାର୍ଜ ଭାବେ) ଗତ ୫ତାରିଖରୁ ପୁରୀରେ ରହିଥିଲେ। ୭ ତାରିଖରେ ରାଷ୍ଟ୍ରପତିଙ୍କ ଗସ୍ତ ବେଶ ଭଲରେ ସମ୍ପାଦନ ହୋଇଥିଲା। କିନ୍ତୁ ସେହି ରାତି ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ। ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଆଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ। ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ। ନିଜକୁ ଅସହାୟ ମଣି ସେ ଉକ୍ତ ରୁମରୁ ଦୌଡ଼ି ପଳାଇ ଆସି ଆନେକ୍ସ ବିଲିଡିଂରେ ଲୁଚି ରହିବାକୁ ଚେଷ୍ଟା କରିଥିଲେ। ମାତ୍ର ଲଳିତଙ୍କର ଦୁଇଜଣ ପିଏସଓ ତାଙ୍କୁ ଖୋଜି ପୁଣିଥରେ ଲଳିତଙ୍କ ପାଖକୁ ଟେକି ନେଇଯାଇଥିଲେ ଆଉ ସେଠାରେ ତାଙ୍କ ମୁହଁକୁ ଚାପୁଡ଼ା ସହ ଶରୀରର ବିଭିନ୍ନ ଭାଗକୁ ଗୋଇଠା ମାରିଥିଲେ ଏବଂ ଲଳିତ ତାଙ୍କୁ ହତ୍ୟା ପାଇଁ ଧମକ ଦେବା ସହ କେହିବି ତାଙ୍କୁ ବଞ୍ଚାଇ ପାରିବେ ନାହିଁ ବୋଲି ଚେତାବନୀ ଦେଇଥିବା ନେଇ ବୈକୁଣ୍ଠନାଥ ଅଭିଯୋଗ କରିଛନ୍ତି। ତେଣୁ ଏସମସ୍ତ ଘଟଣା ପ୍ରତି ଦୃଷ୍ଟି ଦେଇ ତାଙ୍କୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୈକୁଣ୍ଠନାଥ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri