ପୁରୀ ରାଜଭବନରେ ଅଭାବନୀୟ କାଣ୍ଡ, ଏଏସଓଙ୍କୁ ପିଟିଲେ ରାଜ୍ୟପାଳଙ୍କ ପୁଅ

(ଅସମାପିକା ସାହୁ)- ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଜଣେ ଏଏସ୍‌ଓ ଅଭିଯୋଗ ଆରିଛନ୍ତି। ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୈକୁଣ୍ଠନାଥ ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଗତ ୮ତାରିଖ ଅପରାହ୍ନ ସାଢ଼େ ୪ଟାରେ ମୌଖିକ ଅବଗତ କରି ନ୍ୟାୟ ପାଇଁ ଗୁହାରି କରିଥିଲେ। କିନ୍ତୁ କିଛି ସୁଫଳ ନ ମିଳିବାରୁ ବୁଧବାର ପୁଣିଥରେ ବୈକୁଣ୍ଠନାଥ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି। ଅଭିଯୋଗ ଅନୁସାରେ, ଏବେ ସଂସଦୀୟ ବ୍ୟାପାର ବିଭାଗରେ ନିଯୁକ୍ତ ପାଇଛନ୍ତି ଓ ଡେପୁଟେସନରେ ରାଜଭବନର ହାଉସହୋଲ୍ଡ ସେକ୍ସନରେ ଏଏସଓ(ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଭାବେ କାର୍ଯ୍ୟରତ ଅଛନ୍ତି। ତାଙ୍କ ଲିଖିତ ଅଭିଯୋଗ ସେ ଦର୍ଶାଇଛନ୍ତି, ପୁରୀ ରାଜଭବନରେ ଗତ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗତ ୭ ଓ ୮ ତାରିଖ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ତାଙ୍କର ରାଜଭବନ ରହଣୀର ପ୍ରସ୍ତୁତି ତଦାରଖ ପାଇଁ ସେ(ପୁରୀ ରାଜଭବନର ଇନଚାର୍ଜ ଭାବେ) ଗତ ୫ତାରିଖରୁ ପୁରୀରେ ରହିଥିଲେ। ୭ ତାରିଖରେ ରାଷ୍ଟ୍ରପତିଙ୍କ ଗସ୍ତ ବେଶ ଭଲରେ ସମ୍ପାଦନ ହୋଇଥିଲା। କିନ୍ତୁ ସେହି ରାତି ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ। ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଆଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ। ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ। ନିଜକୁ ଅସହାୟ ମଣି ସେ ଉକ୍ତ ରୁମରୁ ଦୌଡ଼ି ପଳାଇ ଆସି ଆନେକ୍ସ ବିଲିଡିଂରେ ଲୁଚି ରହିବାକୁ ଚେଷ୍ଟା କରିଥିଲେ। ମାତ୍ର ଲଳିତଙ୍କର ଦୁଇଜଣ ପିଏସଓ ତାଙ୍କୁ ଖୋଜି ପୁଣିଥରେ ଲଳିତଙ୍କ ପାଖକୁ ଟେକି ନେଇଯାଇଥିଲେ ଆଉ ସେଠାରେ ତାଙ୍କ ମୁହଁକୁ ଚାପୁଡ଼ା ସହ ଶରୀରର ବିଭିନ୍ନ ଭାଗକୁ ଗୋଇଠା ମାରିଥିଲେ ଏବଂ ଲଳିତ ତାଙ୍କୁ ହତ୍ୟା ପାଇଁ ଧମକ ଦେବା ସହ କେହିବି ତାଙ୍କୁ ବଞ୍ଚାଇ ପାରିବେ ନାହିଁ ବୋଲି ଚେତାବନୀ ଦେଇଥିବା ନେଇ ବୈକୁଣ୍ଠନାଥ ଅଭିଯୋଗ କରିଛନ୍ତି। ତେଣୁ ଏସମସ୍ତ ଘଟଣା ପ୍ରତି ଦୃଷ୍ଟି ଦେଇ ତାଙ୍କୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୈକୁଣ୍ଠନାଥ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri