Posted inଜାତୀୟ

ରାଜ୍ୟପାଳ ମଝି ରାସ୍ତାରେ ବସିଲେ, କହିଲେ ମୋଦି-ଶାହାଙ୍କୁ ଫୋନ ଲଗାଅ…

ଥିରୁଭାନନ୍ତପୁରମ,୨୭।୧ : କେରଳ ରାଜ୍ୟପାଳ ଏବଂ ଏସଏଫଆଇକର୍ମୀମାନଙ୍କ ମଧ୍ୟରେ ପୁଣିଥରେ ବିବାଦ ଲାଗି ରହିଛି। ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ କଳା ପତାକା ପ୍ରଦର୍ଶନ କରାଯିବାରୁ ରାଗିଯାଇ କୋଲାମର ମଝି ରାସ୍ତାରେ ଏକ ଚେୟାରରେ ସେ ବସି ପଡ଼ିଥିଲେ। ସେ ଏସଏଫଆଇକର୍ମୀମାନଙ୍କୁ ଗିରଫ କରିବାକୁ ଦାବି କରୁଛନ୍ତି।

ସେ କହିଛନ୍ତି ମୁଁ ଏଠାରୁ ଆଗକୁ ହଟିବି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡାକନ୍ତୁ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହୁଅନ୍ତୁ। ସେମାନଙ୍କ ସହ କଥାବାର୍ତ୍ତା ପରେ ହିଁ ମୁଁ ଆଗକୁ ଯିବି। ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।

ରାଜ୍ୟପାଳଙ୍କ ବିରୋଧର ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ସେ ରାଗିଥିବାର ନଜର ଆସିଛନ୍ତି। ବାସ୍ତବରେ ଶାସକ ସିପିଆଇ (ଏମ)ର ଛାତ୍ର ସଂଗଠନ ଏସଏଫଆଇ (ଷ୍ଟୁଡେଣ୍ଟ ଫେଡେରେଶନ ଅଫ ଇଣ୍ଡିଆ) ର କର୍ମକର୍ତ୍ତାମାନେ ଶନିବାର ସକାଳେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ କଳା ପତାକା ପ୍ରଦର୍ଶନ କରିଥିଲେ।

ଏହା ତାଙ୍କୁ କ୍ରୋଧିତ କରିଥିଲା ଏବଂ ସେ ଏମସି ରୋଡରେ ତାଙ୍କ କନଭେନକୁ ଅଟକାଇଥିଲେ। ସେ ପ୍ରଥମେ ରାସ୍ତା ମଝିରେ ବସିଥିଲେ। ଯେତେବେଳେ ପୋଲିସ କର୍ମଚାରୀମାନେ ତାଙ୍କୁ ଏନେଇ ବୁଝାଇଥିଲେ, ସେ ରାସ୍ତାକଡ଼ ଚା ’ଦୋକାନ ବାହାରେ ଏକ ଚେୟାରରେ ବସି କହିଥିଲେ ମୁଁ ଏଠାରୁ ହଟିବି ନାହିଁ। ପୋଲିସ ଏସଏଫଆଇକୁ ସମର୍ଥନ କରୁଛି। ନିୟମ ଭାଙ୍ଗି ଏସଏଫଆଇ କର୍ମୀମାନେ ଅପରାଧ କରିଛନ୍ତି। ସେମାନଙ୍କୁ ଗିରଫ କରାଯାଉ।

ରାଜ୍ୟପାଳ ଖାନଙ୍କ ବିରୋଧକୁ ଦୃଷ୍ଟିରେ ରଖି ପୋଲିସ ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୧୩ ଜଣ ଏସଏଫଆଇକର୍ମୀଙ୍କ ବିରୋଧରେ ମାମଲା ରୁଜୁ କରିଛି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri