Posted inଜାତୀୟ

କାର୍ଯ୍ୟାନୁଷ୍ଠାନ ଧମକ ଦେଲେ ରାଜ୍ୟପାଳ

କୋଲକାତା,୧୭ା୧୧: ପଶ୍ଚିମବଙ୍ଗ ରାଜଭବନ ପରିସରରେ ଭାଜପା ନେତାମାନଙ୍କ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଗଚ୍ଛିତ ରଖିବା ପାଇଁ ଅନୁମତି ଦିଆଯାଇଥିବା ତୃଣମୂଳ କଂଗ୍ରେସ ଏମ୍‌ପି କଲ୍ୟାଣ ବାନାର୍ଜୀ ଶନିବାର ଅଭିଯୋଗ ଆଣିବା ପରେ ଏହାକୁ ନେଇ ଉଭୟ ଦଳ ମୁହଁାମୁହିଁ ହୋଇଛନ୍ତି। ହୁଗ୍‌ଲି ଜିଲା ଶ୍ରୀରାମପୋରର ଏମ୍‌ପି କହିଛନ୍ତି, ରାଜ୍ୟପାଳ ଅପରାଧୀ (ଭାଜପା ନେତା)ମାନଙ୍କୁ ରାଜଭବନ କମ୍ପ୍ଲେକ୍ସରେ ଆଶ୍ରୟ ଦେବା ସହ ଶାସକ ଦଳ କର୍ମୀଙ୍କ ଉପରେ ଆକ୍ରମଣ ପାଇଁ ଅସ୍ତ୍ର ଯୋଗାଉଛନ୍ତି। ତାଙ୍କର ଏଭଳି ଅଭିଯୋଗର ଦିନକ ପରେ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଟିଏମ୍‌ସି ଏମ୍‌ପିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବା ଲାଗି ଧମକ ଦେଇଛନ୍ତି।
ଏଭଳି ଅକ୍ଷମ ରାଜ୍ୟପାଳ ରହିଥିବା ପର୍ଯ୍ୟନ୍ତ ସେ ପଶ୍ଚିମବଙ୍ଗର ହିତ କଦାପି ଦେଖିପାରିବେ ନାହିଁ ବୋଲି କଲ୍ୟାଣ କହିଥିଲେ। ତାଙ୍କର ଏଭଳି ମନ୍ତବ୍ୟ ଉତ୍ତେଜନାପୂର୍ଣ୍ଣ ଓ ଦାୟିତ୍ୱହୀନତା ବୋଲି ରାଜ୍ୟପାଳ ଆନନ୍ଦ କହିବା ସହ କଲ୍ୟାଣ ଏଥିପାଇଁ କ୍ଷମା ମାଗନ୍ତୁ ବୋଲି ଦାବି କରିଛନ୍ତି। ଯଦି ସେ କ୍ଷମା ନ ମାଗନ୍ତି, ତେବେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରାଜ୍ୟପାଳ କହିଛନ୍ତି। ଜନସାଧାରଣ ଓ ଖବରଦାତାଙ୍କ ସମେତ ୧୦୦ ଜଣ ରାଜଭବନ ଆସି ଏହା ପରିସରରେ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ରହିଥିବା ନେଇ ଯାଞ୍ଚ କରିବାକୁ ଅନୁମତି ଦିଆଯାଇଥିବା ରାଜ୍ୟପାଳ କହିଛନ୍ତି। କଲ୍ୟାଣ ବାନାର୍ଜୀ କ୍ଷମା ମାଗନ୍ତୁ ବୋଲି ଦାବି କରି ରାଜଭବନ ତରଫରୁ ଇତିମଧ୍ୟରେ ଆନୁଷ୍ଠାନିକ ବିବୃତି ଜାରି ହୋଇଛି। ଏମ୍‌ପିଙ୍କ ଅଭିଯୋଗ ରାଜ୍ୟପାଳଙ୍କୁ ମିଳିଥିବା ଜେଡ୍‌ ପ୍ଲସ୍‌ ସୁରକ୍ଷାର ଉଲ୍ଲଂଘନ ହୋଇଥିବାରୁ ଏହାର ତୁରନ୍ତ ତଦନ୍ତ ପାଇଁ ରାଜଭବନ ଆହ୍ବାନ ଦେଇଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri