ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟପାଳ ଅତାବିରାବାସୀଙ୍କ ସହ ଭାବ ବିନିମୟ କରିବା ସହ ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର ଶୁଭାରମ୍ଭ କରିବେ।

ରାଜ୍ୟପାଳ ସକାଳ ୧୦ଟାରେ ଅତାବିରା ଆନନ୍ଦ କଲ୍ୟାଣ ମଣ୍ଡପରେ ଆୟୋଜିତ କୋଶଳ ଆନ୍ଧ୍ର ସାଂସ୍କୃତିକ ଅନୁଷ୍ଠାନର ୨୨ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ଏହି ଅବସରରେ ସେ ଅନୁଷ୍ଠାନର ସାଂସ୍କୃତିକ ପରମ୍ପରା, କଳା ଓ ସାହିତ୍ୟର ବିକାଶ ନେଇ ଉପସ୍ଥିତ ଅତିଥି ଓ ଅଞ୍ଚଳବାସୀଙ୍କ ସହ ଭାବ ବିନିମୟ କରିବେ।

ପରେ ଅପରାହ୍ନ ୩ଟାରେ ରାଜ୍ୟପାଳ ଅତାବିରା ବ୍ଲକ୍ର ଲରାସରା ପଞ୍ଚାୟତ ଅନ୍ତର୍ଗତ ନୂଆଁଖଇରପାଲିସ୍ଥିତ କୋଶଳ ସ୍କୁଲରେ ପହଞ୍ଚିବେ। ସେଠାରେ ‘ବୋଇଂ ସୁକନ୍ୟା ପ୍ରୋଗ୍ରାମ’ ଅଧୀନରେ ଏସ୍‌ଟିଇଏମ୍‌ ଲାବ ଏବଂ ଏରୋମୋଡେଲିଂ ଟ୍ରେନିଂ ସେଣ୍ଟରର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ଏହି ଲାବ ଓ ଟ୍ରେନିଂ ସେଣ୍ଟର ମାଧ୍ୟମରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ ପ୍ରତି ଆଗ୍ରହ ବଢ଼ିବା ସହ ଏରୋମୋଡେଲିଂ ଭଳି ଆଧୁନିକ ଶିକ୍ଷାଭିତ୍ତିକ କାର୍ଯ୍ୟକଳାପରେ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି ଆଶା କରାଯାଉଛି।

ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପରେ ରାଜ୍ୟପାଳ ଛାତ୍ରୀଛାତ୍ର, ଅଭିଭାବକ, ଶିକ୍ଷୟିତ୍ରୀ-ଶିକ୍ଷକ ଏବଂ ସମବେତ ଶିକ୍ଷାପ୍ରେମୀଙ୍କୁ ଉଦ୍ବୋଧନ ଦେବେ। ରାଜ୍ୟପାଳଙ୍କ ଗସ୍ତକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ ଓ ଆଗ୍ରହ ପ୍ରକାଶ ପାଇଛି। ଏହି ଗସ୍ତ ଅତାବିରାର ସାଂସ୍କୃତିକ ଓ ଶିକ୍ଷା କ୍ଷେତ୍ରକୁ ନୂଆ ପରିଚୟ ଦେବ ବୋଲି ଅଞ୍ଚଳବାସୀ ଆଶାବାଦୀ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?