ଆଇନମନ୍ତ୍ରୀଙ୍କ ଘରକୁ ଗଲେ ରାଜ୍ୟପାଳ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୨।୭(ସୁନୀତ ମିଶ୍ର):ରାଜ୍ୟପାଳ ହରିବାବୁ କମ୍ଭମପାଟି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ସୋମବାର ତାଙ୍କ ସରକାରୀ ବାସଭବନଠାରେ ଭେଟିଛନ୍ତି। ତେବେ ରାଜ୍ୟପାଳ ଆଇନମନ୍ତ୍ରୀଙ୍କୁ ଭେଟିବା ପାଇଁ ତାଙ୍କ ସରକାରୀ ବାସଭବନକୁ ଯିବା ବିଷୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟପାଳ ସେଠାରୁ ଫେରିବା ପରେ ପୃଥ୍ବୀରାଜ ତାଙ୍କ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି କହିଛନ୍ତି ଯେ, ରାଜ୍ୟପାଳ ବ୍ୟକ୍ତିଗତ ଭାବେ ପରିଦର୍ଶନରେ ତାଙ୍କ ସରକାରୀ ବାସଭବନକୁ ଆସିଥିଲେ। ଏହି ଅବସରରେ ଭାଜପା ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ରାଜ୍ୟପାଳ ଆଲୋଚନା କରିଥିଲେ। ଆଇନ, ନିର୍ମାଣ ଏବଂ ଅବକାରୀ ବିଭାଗକୁ ଆହୁରି ଉତ୍କୃଷ୍ଟତାର ସହ ପରିଚାଳନା କରିବା ଏବଂ ବିକାଶ ମାର୍ଗରେ ଚଳାଇବା ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଆଇନମନ୍ତ୍ରୀଙ୍କ ଘରକୁ ରାଜ୍ୟପାଳଙ୍କ ଏଭଳି ଗସ୍ତକୁ ନେଇ ବିଭିନ୍ନ ରାଜନୈତିକ ଦଳ ଭିତରେ ଆଲୋଚନା ହେଉଛି। ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବାକୁ ଅନେକ ସମୟରେ ରାଜଭବନ ଗସ୍ତ କରିଥାନ୍ତି। ହେଲେ ବିଭାଗର ପ୍ରଦର୍ଶନ ଭଲ କରିବାକୁ ମନ୍ତ୍ରୀଙ୍କ ଘରକୁ ରାଜ୍ୟପାଳ ଯିବା ବିଷୟ ଅନେକଙ୍କୁ ଆଶ୍ଚର୍ଯ୍ୟ କରିବା ସହ ଚର୍ଚ୍ଚାର ଖୋରାକ ଯୋଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?