ସାଧାରଣତନ୍ତ୍ର ଦିବସ ୨୦୨୪: ଜାଣନ୍ତୁ, କିଏ କେଉଁଠି କରିବେ ପତାକା ଉତ୍ତୋଳନ ?

ଭୁବନେଶ୍ୱର,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ। ଏହାବାଦ୍ ୧୭ ଜଣ ମନ୍ତ୍ରୀ ୧୭ ଟି ଜିଲାର ସଦର ମହକୁମାରେ, ୨ଟି ସ୍ଥାନରେ ଆରଡିସି ଏବଂ ୯ଟି ଜିଲାରେ ସ୍ଥାନୀୟ ଜିଲାପାଳ ପତାକା ଉତ୍ତୋଳନ କରିବେ।

ମିଳିଥିବା ସୂଚନା ଅନୁଯାୟୀ, କନ୍ଧମାଳରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୁନ୍ଦରଗଡ଼ରେ ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ପୁରୀରେ ଖଣି ଓ ଇସ୍ପାତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଜଗତସିଂହପୁରରେ ଖାଦ୍ୟ ଯୋଗାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ସୁବର୍ଣ୍ଣପୁରରେ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, କେଉଁଝରରେ ଶ୍ରମ ମନ୍ତ୍ରୀ ମନ୍ତ୍ରୀ ସୁଶାନ୍ତ ସିଂ, ମୟୁରଭଞ୍ଜରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବଲାଙ୍ଗୀରିରେ କୃଷି ମନ୍ତ୍ରୀ ରାଜେନ୍ଦ୍ର ପ୍ରତାପ ସ୍ୱାଇଁ, କଟକରେ ମନ୍ତ୍ରୀ ସୁଦାମ ମାରାଣ୍ଡି, ଗଞ୍ଜାମରେ ମନ୍ତ୍ରୀ ଜଗନ୍ନାଥ ସାରକା, ସମ୍ବଲପୁରରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, କଳାହାଣ୍ଡିରେ ମନ୍ତ୍ରଟି ଟୁକୁନି ସାହୁ, ଅନୁଗୁଳରେ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ବାଲେଶ୍ୱରରେ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ଝାରସୁଗୁଡାରେ ମନ୍ତ୍ରୀ ପ୍ରିତିରଞ୍ଜନ ଘଡେଇ, ନୂଆପଡାରେ ମନ୍ତ୍ରୀ ରିତା ସାହୁ ଏବଂ କୋରାପୁଟରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ପତାକା ଉତ୍ତୋଳନ କରିବେ।

ସେହିପରି ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆରଡିସି, ରାଉରକେଲାରେ ଉତ୍ତରାଞ୍ଚଳ ଆରଡିସି, ବରଗଡ଼, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼ ଏବଂ ରାୟଗଡ଼ାରେ ସ୍ଥାନୀୟ ଜିଲାପାଳମାନେ ପତାକା ଉତ୍ତୋଳନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri