Posted inଖେଳ

ଗଭର୍ନର୍ସ କପ୍‌ ବକ୍ସିଂ: ଅମିତଙ୍କୁ ବ୍ରୋଞ୍ଜ ପଦକ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)-ଭାରତୀୟ ବକ୍ସର ଅମିତ ପଙ୍ଘାଲ (୫୨କେଜି) ସେଣ୍ଟ ପିଟରବର୍ଗସଠାରେ ଚାଲିଥିବା ଗଭର୍ନର୍ସ କପ୍‌ ବକ୍ସିଂ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଛନ୍ତି। ସେମିଫାଇନାଲରେ ବିଶ୍ୱ ତଥା ଅଲିମ୍ପିକ ଚାମ୍ପିୟନ ଉଜବେକିସ୍ତାନର ସାଖୋବିଦ୍ଦିନ ଜୋଇରୋଭଙ୍କଠାରୁ ସେ ୫-୦ରେ ହାରିଯାଇଛନ୍ତି। ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ ପରେ ଜୋଇରୋଭଙ୍କ ବିପକ୍ଷରେ ଭାରତୀୟ ବକ୍ସରଙ୍କ ଏହା ହେଉଛି ଦ୍ୱିତୀୟ ପରାଜୟ। ଚାମ୍ପିୟନଶିପ୍‌ର ଫାଇନାଲରେ ସେ ପରାଜିତ ହୋଇଯାଇଥିଲେ। ଜୁଲାଇ-ଅଗଷ୍ଟରେ ହେବାକୁଥିବା ଟୋକିଓ ଗେମ୍ସରେ ଉଭୟ ବକ୍ସର ଅଂଶଗ୍ରହଣ କରିବେ। ସୂଚନାଯୋଗ୍ୟ, ଚଳିତବର୍ଷ ପ୍ରଥମ ଭାଗରେ ବୁଲ୍‌ଗେରିଆରେ ଅନୁଷ୍ଠିତ ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ଟୁର୍ନାମେଣ୍ଟରେ ଜୋଇରୋଭଙ୍କୁ ଭାରତର ଅନ୍ୟ ଜଣେ ବକ୍ସର ଦୀପକ କୁମାର ହରାଇ ଦେଇଥିଲେ। ଅମିତ ଜଣେମାତ୍ର ଭାରତୀୟ ଭାବେ ଗଭର୍ନର୍ସ କପ୍‌ରେ ପଦକ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲେ। ଅଲିମ୍ପିକ ଯୋଗ୍ୟତା ହାସଲ କରିଥିବା ଆଶିଷ କୁମାର (୭୫କେଜି) ଓ ସୁମିତ ସାଙ୍ଗଓ୍ବାନ (୮୧କେଜି) ପ୍ରଥମ ପର୍ଯ୍ୟାୟରୁ ବିଦାୟ ନେଇସାରିଛନ୍ତି। ଅଲିମ୍ପିକ୍ସରେ ଯଦିଓ ପ୍ରଥମ ଥର ପଦାର୍ପଣ କରିବାକୁ ଯାଉଛନ୍ତି ଟୋକିଓରେ ହରିୟାଣାର ଏହି ବକ୍ସର ପଦକ ଦାବିଦାର ବୋଲି ବିବେଚନା କରାଯାଉଛି। ଗତ ୩ ବର୍ଷ ହେଲା ସେ ଭଲ ପ୍ରଦର୍ଶନ କରିଆସୁଛନ୍ତି। ଏସିଆନ ଗେମ୍ସ ଓ ଏସିଆନ ଚାମ୍ପିୟନଶିପ୍‌ରେ ସେ ସ୍ବର୍ଣ୍ଣ ପଦକ ଜିତିପାରିଛନ୍ତି। ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ସେ ମଧ୍ୟ ଭାରତର ପ୍ରଥମ ଫାଇନାଲିଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri