Posted inଖେଳ

ଗଭର୍ନର୍ସ କପ୍‌ ବକ୍ସିଂ: ଅମିତଙ୍କୁ ବ୍ରୋଞ୍ଜ ପଦକ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)-ଭାରତୀୟ ବକ୍ସର ଅମିତ ପଙ୍ଘାଲ (୫୨କେଜି) ସେଣ୍ଟ ପିଟରବର୍ଗସଠାରେ ଚାଲିଥିବା ଗଭର୍ନର୍ସ କପ୍‌ ବକ୍ସିଂ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଛନ୍ତି। ସେମିଫାଇନାଲରେ ବିଶ୍ୱ ତଥା ଅଲିମ୍ପିକ ଚାମ୍ପିୟନ ଉଜବେକିସ୍ତାନର ସାଖୋବିଦ୍ଦିନ ଜୋଇରୋଭଙ୍କଠାରୁ ସେ ୫-୦ରେ ହାରିଯାଇଛନ୍ତି। ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ ପରେ ଜୋଇରୋଭଙ୍କ ବିପକ୍ଷରେ ଭାରତୀୟ ବକ୍ସରଙ୍କ ଏହା ହେଉଛି ଦ୍ୱିତୀୟ ପରାଜୟ। ଚାମ୍ପିୟନଶିପ୍‌ର ଫାଇନାଲରେ ସେ ପରାଜିତ ହୋଇଯାଇଥିଲେ। ଜୁଲାଇ-ଅଗଷ୍ଟରେ ହେବାକୁଥିବା ଟୋକିଓ ଗେମ୍ସରେ ଉଭୟ ବକ୍ସର ଅଂଶଗ୍ରହଣ କରିବେ। ସୂଚନାଯୋଗ୍ୟ, ଚଳିତବର୍ଷ ପ୍ରଥମ ଭାଗରେ ବୁଲ୍‌ଗେରିଆରେ ଅନୁଷ୍ଠିତ ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ଟୁର୍ନାମେଣ୍ଟରେ ଜୋଇରୋଭଙ୍କୁ ଭାରତର ଅନ୍ୟ ଜଣେ ବକ୍ସର ଦୀପକ କୁମାର ହରାଇ ଦେଇଥିଲେ। ଅମିତ ଜଣେମାତ୍ର ଭାରତୀୟ ଭାବେ ଗଭର୍ନର୍ସ କପ୍‌ରେ ପଦକ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲେ। ଅଲିମ୍ପିକ ଯୋଗ୍ୟତା ହାସଲ କରିଥିବା ଆଶିଷ କୁମାର (୭୫କେଜି) ଓ ସୁମିତ ସାଙ୍ଗଓ୍ବାନ (୮୧କେଜି) ପ୍ରଥମ ପର୍ଯ୍ୟାୟରୁ ବିଦାୟ ନେଇସାରିଛନ୍ତି। ଅଲିମ୍ପିକ୍ସରେ ଯଦିଓ ପ୍ରଥମ ଥର ପଦାର୍ପଣ କରିବାକୁ ଯାଉଛନ୍ତି ଟୋକିଓରେ ହରିୟାଣାର ଏହି ବକ୍ସର ପଦକ ଦାବିଦାର ବୋଲି ବିବେଚନା କରାଯାଉଛି। ଗତ ୩ ବର୍ଷ ହେଲା ସେ ଭଲ ପ୍ରଦର୍ଶନ କରିଆସୁଛନ୍ତି। ଏସିଆନ ଗେମ୍ସ ଓ ଏସିଆନ ଚାମ୍ପିୟନଶିପ୍‌ରେ ସେ ସ୍ବର୍ଣ୍ଣ ପଦକ ଜିତିପାରିଛନ୍ତି। ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ସେ ମଧ୍ୟ ଭାରତର ପ୍ରଥମ ଫାଇନାଲିଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri