ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣା: ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର,୧୩।୭: ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିଥିବା ଅଭିଯୋଗରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ। ଘଟଣାକୁ ନେଇ ଶନିବାର ରାଜଭବନକୁ ଘେରାଉ କରିଛି କଂଗ୍ରେସ। ବିକ୍ଷୋଭ ପ୍ରଦର୍ଶନ କରିବା ସହ ନାରାବାଜି ଆରମ୍ଭ କରଛି କଂଗ୍ରେସ । ଏହା ସହିତ ଏଭଳି ଘଟଣା ପାଇଁ ରାଜ୍ୟପାଳ ଇସ୍ତଫା ଦେବା ସହିତ ଦୋଷୀ ବିରୋଧରେ ଉପଯୁକ୍ତ କାର୍ଯ୍ୟନୁଷ୍ଠାନ ନେବା ପାଇଁ ଦାବି କରିଛି କଂଗ୍ରେସ ।

ସୂଚନାଥାଉ କି, ରଥଯାତ୍ରା ସମୟରେ ରାଜ୍ୟପାଳ ପୁରୀ ରାଜଭବନରେ ଥିବା ସମୟରେ ତାଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣା ବିଷୟରେ ବୈକୁଣ୍ଠ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଜଣା ଇଥିଲେ ମଧ୍ୟ ସେ ଚୁପ ରହିଥିଲେ। ତେବେ ଏନେଇ ରାଜ୍ୟପାଳଙ୍କ ଅଫିସରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ଶନିବାର ମାଡ଼ ମାରିଥିବା ନେଇ ପୁରୀ ସମୂଦ୍ରକୂଳ ଥାନାରେ ଏତଲା ଦେଇଛନ୍ତି ବୈକୁଣ୍ଠ।

ମିଳିଥିବା ସୂଚନା ଅନୁଯାୟୀ, ସଂସଦୀୟ ବ୍ୟାପାର ବିଭାଗର ଏଏସଓ ବୈକୁଣ୍ଠ ପ୍ରଧାନ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ପୁରୀରେ ରଥଯାତ୍ରା ରାତିରେ ରାଜଭବନରେ ଲଳିତ ଓ ଅନ୍ୟ ୫ ଜଣ ତାଙ୍କୁ ମାଡ଼ ମାରିଥିଲେ। ବୈକୁଣ୍ଠ ପ୍ରଧାନ ଦାୟର କରିଥିବା ଏତଲାରେ ଉଲ୍ଲେଖ କରିଛନ୍ତି ଯେ ଜୁଲାଇ ୭ ଓ ୮ ତାରିଖ ଦୁଇ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରହଣି ବ୍ୟବସ୍ଥା ତଦାରଖ ପାଇଁ ତାଙ୍କୁ ରାଜଭବନରେ ନିୟୋଜିତ କରାଯାଇଥିଲା।

ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଜଣେ ଏଏସଓ ଅଭିଯୋଗ ଆରିଛନ୍ତି। ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୈକୁଣ୍ଠନାଥ ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଅବଗତ କରିଥିଲେ ଏବଂ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଗୁହାରି କରିଥିଲେ। କିନ୍ତୁ କିଛି ସୁଫଳ ନ ମିଳିବାରୁ ବୁଧବାର ପୁଣିଥରେ ବୈକୁଣ୍ଠନାଥ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି।

ଅଭିଯୋଗ ଅନୁସାରେ, ଏବେ ସଂସଦୀୟ ବ୍ୟାପାର ବିଭାଗରେ ନିଯୁକ୍ତ ପାଇଛନ୍ତି ଓ ଡେପୁଟେସନରେ ରାଜଭବନର ହାଉସହୋଲ୍ଡ ସେକ୍ସନରେ ଏଏସଓ(ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଭାବେ କାର୍ଯ୍ୟରତ ଅଛନ୍ତି। ପୁରୀ ରାଜଭବନରେ ଗତ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗତ ୭ ଓ ୮ ତାରିଖ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ତାଙ୍କର ରାଜଭବନ ରହଣୀର ପ୍ରସ୍ତୁତି ତଦାରଖ ପାଇଁ ସେ(ପୁରୀ ରାଜଭବନର ଇନଚାର୍ଜ ଭାବେ) ଗତ ୫ତାରିଖରୁ ପୁରୀରେ ରହିଥିଲେ। ୭ ତାରିଖରେ ରାଷ୍ଟ୍ରପତିଙ୍କ ଗସ୍ତ ବେଶ ଭଲରେ ସମ୍ପାଦନ ହୋଇଥିଲା। କିନ୍ତୁ ସେହି ରାତି ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ। ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଆଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ। ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ। ନିଜକୁ ଅସହାୟ ମଣି ସେ ଉକ୍ତ ରୁମରୁ ଦୌଡ଼ି ପଳାଇ ଆସି ଆନେକ୍ସ ବିଲିଡିଂରେ ଲୁଚି ରହିବାକୁ ଚେଷ୍ଟା କରିଥିଲେ। ମାତ୍ର ଲଳିତଙ୍କର ଦୁଇଜଣ ପିଏସଓ ତାଙ୍କୁ ଖୋଜି ପୁଣିଥରେ ଲଳିତଙ୍କ ପାଖକୁ ଟେକି ନେଇଯାଇଥିଲେ ଆଉ ସେଠାରେ ତାଙ୍କ ମୁହଁକୁ ଚାପୁଡ଼ା ସହ ଶରୀରର ବିଭିନ୍ନ ଭାଗକୁ ଗୋଇଠା ମାରିଥିଲେ ଏବଂ ଲଳିତ ତାଙ୍କୁ ହତ୍ୟା ପାଇଁ ଧମକ ଦେବା ସହ କେହିବି ତାଙ୍କୁ ବଞ୍ଚାଇ ପାରିବେ ନାହିଁ ବୋଲି ଚେତାବନୀ ଦେଇଥିବା ନେଇ ବୈକୁଣ୍ଠନାଥ ଅଭିଯୋଗ କରିଛନ୍ତି। ତେଣୁ ଏସମସ୍ତ ଘଟଣା ପ୍ରତି ଦୃଷ୍ଟି ଦେଇ ତାଙ୍କୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୈକୁଣ୍ଠନାଥ ଦାବି କରିଛନ୍ତି।

ଏହି ଘଟଣା ପରେ ବୈକିଣ୍ଠ ପ୍ରଧାନ ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କୁ ମୌଖିକ ଭାବେ ଜଣାଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନିଆନଯିବାରୁ ସେ ନ୍ୟାୟ ପାଇଁ ପ୍ରମୁଖ ଶାସନ ସଚିବଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। କୌଣସି ପ୍ରତିକ୍ରିୟା ନ ମିଳିବାରୁ ବୈକୁଣ୍ଠଙ୍କ ସ୍ତ୍ରୀ ପୁରୀ ସମୁଦ୍ରକୂଳ ଥାନାରେ ଅଭିଯୋଗ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?