Posted inରାଜ୍ୟ

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ପରିକ୍ରମା ପ୍ରକଳ୍ପର କଲେ ପ୍ରଶଂସା, କଂଗ୍ରେସର କକ୍ଷତ୍ୟାଗ

ଭୁବନେଶ୍ୱର,୫।୨: ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ପ୍ରଶଂସା କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଶ୍ରୀକ୍ଷେତ୍ରକୁ ଆସୁଥିବା ଲକ୍ଷାଧିକ ଶ୍ରଦ୍ଧାଳୁମାନଙ୍କ ପାଇଁ ୮ ଶହ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦିଆଯାଇଛି।

ଏହି ପ୍ରକଳ୍ପ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ଅତ୍ୟାଧୁନିକ ସୁବିଧା ଯୋଗାଇ ଦେବ। ସେହିଭଳି ଅପଦା ସମୟରେ ମଧ୍ୟ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଲିଭାଇବ। ଏଥିସହ ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର।

ସେହିଭଳି ଦୋୖତ ନଗରୀରେ ୨୦୨୭ ଶେଷ ସୁଦ୍ଧା ଶେଷ ହେବ ମେଟ୍ରୋ ରେଳ ପ୍ରକଳ୍ପ ଶେଷ ହେବ ବୋଲି କହିଛନ୍ତି। ୬୨୫୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ହେଉଛି। ଗ୍ରାମାଞ୍ଚଳରେ ଗମନ ଗମନକୁ ସୁବିଧା କରିବା ପାଇଁ ୩୦ ଜିଲାର ୬୭୯୮ ପଞ୍ଚାୟତରେ ଲକ୍ଷ୍ମୀ ବସ୍‌ ଗାଡ଼ାଇବାକୁ ସରକାର ଯୋଜନା କରିଛନ୍ତି।

ଅନ୍ୟପଟେ ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧ କରି କକ୍ଷତ୍ୟାଗ କରିଛି କଂଗ୍ରେସ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରତିବାଦ ଜଣାଇ କହିଛନ୍ତି ‘ସରକାର ନିଜ ପ୍ରଶଂସା ପାଇଁ ରାଜ୍ୟପାଳଙ୍କ ସହାୟତା ନେଇଛନ୍ତି, ରାଜା ମହାରାଜା ଅମଳ ଭଳି ପ୍ରଶଂସା କାର୍ଯ୍ୟକ୍ରମ କରାଯାଇଛି। ଏହାକୁ ବିରୋଧ କରି ଆମେ କକ୍ଷତ୍ୟାଗ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri