ଟିଟିଲାଗଡ଼ କୋର୍ଟରେ ଗୋବିନ୍ଦ

ଟିଟିଲାଗଡ଼, ୧୦ା୨(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ତଥା ଗିରଫ ସମ୍ପୃକ୍ତ ସ୍କୁଲ ମାଲିକ ଗୋବିନ୍ଦ ସାହୁଙ୍କୁ ପୋଲିସ ବୁଧବାର ଟିଟିଲାଗଡ଼ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରିଥିଲା। ଉକ୍ତ କୋର୍ଟରେ ଅଭିଯୁକ୍ତ ସାହୁଙ୍କର କେହି ଓକିଲ ନ ଥିବାରୁ ଜେଏମ୍‌ଏଫ୍‌ସିଙ୍କ ଆଦେଶକ୍ରମେ ଆଇନଜୀବୀ ସୁରେନ୍ଦ୍ର ପଣ୍ଡା ଅଭିଯୁକ୍ତଙ୍କ ପକ୍ଷ ରଖିଥିଲେ। କୋର୍ଟରେ ହାଜର ପରେ ଗୋବିନ୍ଦଙ୍କୁ କଣ୍ଟାବାଞ୍ଜି ଉପକାରାଗାରକୁ ପଠାଇ ଦିଆଯାଇଥିବା ଟିଟିଲାଗଡ଼ ଏସ୍‌ଡିପିଓ ସୁରେନ୍ଦ୍ର ନାଥ ଶତପଥୀ କହିଛନ୍ତି। ଟିଟିଲାଗଡ଼ ପୋଲିସ ବାରାକ୍‌ରୁ ଗୋବିନ୍ଦ ଫେରାର ହେବା ଘଟଣାରେ ଟିଟିଲାଗଡ଼ ଥାନାରେ ଆଇପିସି ୨୨୪ ଦଫାରେ ଏକ ମାମଲା (୪୩୧/୨୧) ରୁଜୁ ହୋଇଥିବା ନେଇ ତାଙ୍କୁ ହାଜର କରାଯାଇଥିଲା।
ମହାଲିଙ୍ଗସ୍ଥିିତ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ଗତବର୍ଷ ଅକ୍ଟୋବର ୮ରୁ ଘରୁ ନିଖୋଜ ହେବା ନେଇ ସିନ୍ଧେକେଲା ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଖୋଳତାଡ଼ ପରେ ଗୋବିନ୍ଦଙ୍କୁ ପୋଲିସ ବାରାକ୍‌ରେ ଅଟକ ରଖାଯାଇଥିଲା। ଗୋବିନ୍ଦ ଅକ୍ଟୋବର ୧୭ରେ ଚକ୍‌ମା ଦେଇ ଫେରାର ହୋଇଯାଇଥିଲେ। ଅକ୍ଟୋବର ୧୯ ପୂର୍ବାହ୍ନରେ ମହାଲିଙ୍ଗ ସରକାରୀ ହାଇସ୍କୁଲ ପଡ଼ିଆରୁ ପ୍ରାୟ ୧୦ଫୁଟ୍‌ ମାଟିତଳୁ ପୋଲିସ ମମିତାଙ୍କ ମୃତଦେହର ପୋଡ଼ାଅଂଶ ଜବତ କରିଥିଲା। ସେହିଦିନ ସନ୍ଧ୍ୟାରେ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ବୁଡ଼ିପଦର ଗଁାର ଏକ ଆଖୁ କିଆରିରୁ ଗୋବିନ୍ଦଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?