ମମିତା ମେହର ହତ୍ୟା ମାମଲା: ଗୋବିନ୍ଦ ସାହୁଙ୍କୁ ଜାମିନ୍‌

କଟକ ଅଫିସ,୨୯ା୬: ବହୁଚର୍ଚ୍ଚିତ ମମିତା ମେହର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର ଜାମିନ୍‌ ମିଳିଛି। ଗୋବିନ୍ଦଙ୍କୁ ୨ ସପ୍ତାହ ପର୍ଯ୍ୟନ୍ତ ଏହି ଜାମିନ ମିଳିଥିବା ଜଣାପଡ଼ିଛି। ତେବେ ଗୋବିନ୍ଦଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍‌ ଦେଇଛନ୍ତି ହାଇକୋର୍ଟ।

ସ୍ତ୍ରୀ ଓ ପୁଅର ଚିକତ୍ସା ପାଇଁ ଅନ୍ତରୀଣ ଜାମିନ ମାଗିଥିଲେ ଗୋବିନ୍ଦ। ସେମାନଙ୍କୁ ମେଡିକାଲ ନେବା ପାଇଁ ଘରେ କୌଣସି ବ୍ୟକ୍ତି ନାହାନ୍ତି। ଗୋବିନ୍ଦଙ୍କୁ ଅନ୍ତରୀଣ ଜାମିନ ପାଇଁ ତାଙ୍କ ଓକିଲ ଯୁକ୍ତି ବାଢ଼ିଥିଲେ। ଏହାକୁ ସରକାରୀ ଓକିଲ ବିରୋଧ କରିଥିଲେ। ତେବେ ସମସ୍ତ ଦିଗକୁ ବିଚାରକୁ ନେଇ ହାଇକୋର୍ଟ ତାଙ୍କୁ ୨ ସପ୍ତାହର ସର୍ତ୍ତମୂଳକ ଅନ୍ତରୀଣ ଜାମିନ ଦେଇଛନ୍ତି।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା ସନ୍‌ସାଇନ୍‌ ସ୍କୁଲରେ ଶିକ୍ଷୟିତ୍ରୀ ଥିବା ମମିତା ମେହେର ଗତବର୍ଷ ଅକ୍ଟୋବର ୮ରେ ନିଖୋଜ ଥିଲେ। ଏନେଇ ଥାନାରେ ଏତଲା ଦେବା ପରେ ପୋଲିସ ତତ୍ପର ହୋଇଥିଲା। ତେବେ ଗୋବିନ୍ଦଙ୍କ ନାଁ ସାମ୍ନାକୁ ଆସିବା ପରେ ପୋଲିସ ଖୋଳତାଡ଼ ଆରମ୍ଭ କରିଥିଲା। ଏହା ପରେ ଗୋବିନ୍ଦଙ୍କୁ ଜେରା କରିଥିଲା। ହତ୍ୟା ପରେ ମମିତାଙ୍କୁ ପୋଡ଼ି ପୋତି ଦେଇଥିବା ଗୋବିନ୍ଦ ସ୍ବୀକାର କରିଥିଲେ। ଏହା ପରେ ପୋଲିସ ଅଭିଯୁକ୍ତ ଗୋବିନ୍ଦ ଓ ତାଙ୍କ ସହଯୋଗୀ ରାଧେଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri