ରିମାଣ୍ଡରେ ଯିବେ ଗୋବିନ୍ଦ: ଡିଆଇଜି

ବଲାଙ୍ଗୀର ଅଫିସ,୨୦ା୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡ଼ଧରଣର ଖୁଲାସା ହୋଇଛି। ଯୋଜନାବଦ୍ଧ ଭାବେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରିଥିବା ଡିଆଇଜି ଡା. ଦୀପକ କୁମାର ବୁଧବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗୋବିନ୍ଦ ସାହୁଙ୍କ ଅନୈତିକ ସମ୍ପର୍କ ଓ ପରକୀୟା ପ୍ରୀତି ବିଷୟରେ ମମିତା ଜାଣିଯାଇଥିଲେ। ଏଣୁ ଗୋବିନ୍ଦ ମମିତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରିଛନ୍ତି ବୋଲି ସେ ସୂଚନା ଦେଇଛନ୍ତି । ଆଗକୁ ଗୋବିନ୍ଦ ସାହୁଙ୍କୁ ପୋଲିସ ରିମାଣ୍ଡରେ ଅଣାଯିବ ବୋଲି ଡିଆଇଜି ସୂଚନା ଦେଇଛନ୍ତି। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ମମିତାଙ୍କୁ ହତ୍ୟା କରିଥିବା ସ୍ବୀକାର କରିଥିବା ନେଇ ସେ ସୂଚନା ଦେଇଛନ୍ତି। ରିମାଣ୍ଡରେ ଆଣିବା ପରେ ହତ୍ୟାକାଣ୍ଡ ସିନ୍‌ ରିକ୍ରେଟ କରାଯିବ ବୋଲି ଡିଆଇଜି ସୂଚନା ଦେଇଛନ୍ତି। କାର୍‌ ଭିତରେ ମମିତାଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ମୃତଦେହ ପୋଡ଼ିଦେଇ ମହାଲିଙ୍ଗ ଷ୍ଟାଡିୟମ ପରିସରରେ ପୋତି ଦେଇଥିଲେ ବୋଲି ଗୋବିନ୍ଦ ସ୍ବୀକାର କରିଥିବା ଜଣାପଡ଼ିଛି। ଖବରଦାତା ସମ୍ମିଳନୀରେ ଉତ୍ତରାଞ୍ଚଳ ଡିଆଇଜି ଡା. ଦୀପକ କୁମାର ଓ ବଲାଙ୍ଗୀର ଏସ୍‌ପି ନୀତିନ କୁଶଲକର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri