ରାଜନୀତିକୁ ଫେରିବେ ଗୋବିନ୍ଦା!

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଗୋବିନ୍ଦା ଦୀର୍ଘ ସମୟ ଧରି ଫିଲ୍ମ ଦୁନିଆଠାରୁ ଦୂରେଇ ରହିଛନ୍ତି। ଏହି ଅଭିନେତାଙ୍କୁ ୨୦୧୯ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ରେଙ୍ଗିଲା ରାଜା’ରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା। ସେବେଠାରୁ ସେ ପରଦାରୁ ନିଖୋଜ ଅଛନ୍ତି। ଏବେ ଖବର ଆସୁଛି ଯେ ଅଭିନେତା ରାଜନୀତିରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ତେବେ ଅଭିନେତା ପୂର୍ବରୁ ରାଜନୀତିର ସ୍ବାଦ ଚାଖି ସାରିଛନ୍ତି ଏବଂ ବର୍ତ୍ତମାନ ସେ ପୁଣି ଥରେ ଏହି ମଇଦାନରେ ନିଜ ଭାଗ୍ୟ ପରୀକ୍ଷା କରିବେ ବୋଲି ଆଲୋଚନା ହେଉଛି।
ଇ-ଟାଇମ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଛୋଟେ ମିଆଁ ରାଜନୀତିରେ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏହି ଅଭିନେତା ଚଳିତ ବର୍ଷ ଉତ୍ତର-ପଶ୍ଚିମ ମୁମ୍ବାଇ ଲୋକ ସଭା ଆସନରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି। ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଛି ଯେ ସେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହଯୋଗୀ ଦଳ ଶିବସେନା ଟିକେଟରେ ନିର୍ବାଚନ ଲଢିବେ। ତେବେ ଅଭିନେତା ଏହା ଉପରେ କୌଣସି କନଫରମେଶନ ଦେଇନାହାଁନ୍ତି।

ବିଶେଷ ସୂତ୍ରର ରିପୋର୍ଟ ଅନୁଯାୟୀ, ଗୋବିନ୍ଦା ଟିକେଟ ଅଫର ପାଇଛନ୍ତି କିନ୍ତୁ କିଛି ନିଷ୍ପତ୍ତି ନିଆଯାଇ ନାହିଁ। ଏହାର ସୂଚନା କେବଳ ଗୋଟିଏରୁ ଦୁଇ ଦିନ ମଧ୍ୟରେ କ୍ଲିୟର ହେବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ୨୦୦୪ରେ ଅଭିନେତା ଉତ୍ତର ମୁମ୍ବାଇ ଲୋକ ସଭା ଆସନରୁ କଂଗ୍ରେସ ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରି ଭାଜପା ଭେଟେରାନ ରାମ ନାୟକଙ୍କୁ ପରାସ୍ତ କରିଥିଲେ।
ଗୋବିନ୍ଦାଙ୍କ ବିଜୟ ତାଙ୍କୁ ‘ଜଏଣ୍ଟ କିଲର’ ଆଖ୍ୟା ଅର୍ଜନ କରିଥିଲା। କାରଣ ଅନେକ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନମଣ୍ଡଳୀ ଉତ୍ତର ମୁମ୍ବାଇରେ ଅନ୍ତର୍ଭୁକ୍ତ। ଦୀର୍ଘ ଦିନ ଧରି ଏହା ଭାଜପାର ଏକ ଗଡ଼ ଭାବରେ ପରିଗଣିତ ହେଉଥିଲା। ରାମ ନାଏକ ଏଠାରୁ ପାଞ୍ଚ ଥର ଏମପି ଥିଲେ ଏବଂ ଏଭଳି ପରିସ୍ଥିତିରେ ଗୋବିନ୍ଦା ଜିତିଲେ ଏହା ଏକ ବଡ ପରିବର୍ତ୍ତନ ବୋଲି ପ୍ରମାଣିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri