ଟିଭି ଚ୍ୟାନେଲକୁ ସତର୍କ କରାଇଲେ କେନ୍ଦ୍ର ସରକାର, ଏହା ବ୍ୟବହାର କରୁଥିଲେ….

ନୂଆଦିଲ୍ଲୀ,୨୧ା୧୦: ଘରୋଇ ସାଟେଲାଇଟ୍ ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ ଜାରି କରିଛି କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ । କାର୍ଯ୍ୟକ୍ରମଗୁଡ଼ିକର ପ୍ରସାରଣ ସମୟରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ବ୍ୟବହାର କରୁଥିବା ଘରୋଇ ସାଟେଲାଇଟ୍‌ ଟିଭି ଚ୍ୟାନେଲଗୁଡ଼ିକୁ ବୁଧବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସତର୍କ କରାଇଛି। ବୁଧବାର ଜାରି ହୋଇଥିବା ଏହି ପରାମର୍ଶରେ ଆତଙ୍କବାଦ ବିରୋଧୀ ଅଭିଯାନର ସିଧା ପ୍ରସାରଣରୁ ଦୂରେଇ ରହିବା, ହିଂସାତ୍ମକ ଦୃଶ୍ୟ ପ୍ରସାରଣ ବେଳେ ସତର୍କତା ଅବଲମ୍ବନ କରିବା ଏବଂ ରାଷ୍ଟ୍ରବିରୋଧୀ ବିଷୟବସ୍ତୁ ପ୍ରସାରଣ ନକରିବାକୁ କୁହାଯାଇଛି ।

ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ଘରୋଇ ସାଟେଲାଇଟ୍ ଟିଭି ଚ୍ୟାନେଲ୍‌ଗୁଡ଼ିକୁ କେବୁଲ୍ ଟେଲିଭିଜନ୍ ନେଟୱର୍କ (ରେଗୁଲେସନ୍) ଆକ୍ଟ, ୧୯୯୫ ଏବଂ କେବୁଲ୍ ଟେଲିଭିଜନ୍ ନେଟୱର୍କ ରୁଲ୍ସ, ୧୯୯୪ ଅନୁଯାୟୀ ନିର୍ଦ୍ଧାରିତ ପ୍ରୋଗ୍ରାମ୍ କୋଡ୍‌କୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମନ୍ତ୍ରଣାଳୟ କହିଛି ଯେ କିଛି ଘରୋଇ ସାଟେଲାଇଟ୍ ଟିଭି ଚ୍ୟାନେଲ୍ ନିର୍ଦ୍ଧାରିତ ପ୍ରୋଗ୍ରାମ୍ କୋଡ୍‌ର ନିୟମ ପାଳନ କରୁନଥିବା ଦେଖିବାକୁ ମିଳିଛି । ଏହାକୁ ନେଇ ଇଣ୍ଟର-ଡିପାର୍ଟମେଣ୍ଟାଲ୍ କମିଟି (IDC) ବୈଠକରେ ମଧ୍ୟ ଆଲୋଚନା ହୋଇଥିଲା।

ବୈଠକରେ ଦେଖାଯାଇଥିଲା ଯେ ଅନେକ ଚ୍ୟାନେଲ୍‌ରେ ସମାନ ବିଷୟକୁ ନେଇ ବାରମ୍ବାର ଖବର କିମ୍ବା ଦୃଶ୍ୟ ପ୍ରସାରଣ କରାଯାଉଛି। ଏହାପରେ ସମସ୍ତ ଘରୋଇ ସାଟେଲାଇଟ୍ ଚ୍ୟାନେଲ୍‌ଗୁଡ଼ିକୁ ଟେଲିଭିଜନ୍‌ରେ ପ୍ରସାରିତ ବିଷୟବସ୍ତୁ ସମ୍ପର୍କିତ ଆଇନଗତ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ପରାମର୍ଶ ଦେବା ପାଇଁ କମିଟି ସୁପାରିସ କରିଥିଲା। ପ୍ରସାରଣ ସମୟରେ ଅନୁଚିତ ଆଚରଣ କିମ୍ବା ଭାଷାକୁ ସାଧାରଣ କଥା ଭାବେ ଉପସ୍ଥାପନ ନକରିବାକୁ ମଧ୍ୟ କମିଟି ଗୁରୁତ୍ୱ ଦେଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?