ଅନନ୍ତ ନାଗେଶ୍ୱରନ୍‌ ହେଲେ ଦେଶର ନୂଆ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା

ନୂଆଦିଲ୍ଲୀ,୨୮।୧: ବଜେଟ ଅଧିବେଶନ ଆରମ୍ଭ ହେବାର ଠିକ୍‌ ପୂର୍ବରୁ ସରକାର ଦେଶର ନୂଆ ମୁଖ୍ୟ ଅର୍ଥନୀତିକ ପରାମର୍ଶଦାତା ଭାବେ ଡ. ଭେଙ୍କଟରମନ ଅନନ୍ତ ନାଗେଶ୍ୱରନଙ୍କୁ ନିଯୁକ୍ତି ଦେଇଛନ୍ତି । ତାଙ୍କୁ କେ.ଭି. ସୁବ୍ରମଣ୍ୟମଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଛିି। ଡିସେମ୍ବର ମାସରୁ ଏହି ପଦ ଖାଲି ରହିଥିଲା।

ଜଣେ ଅର୍ଥନୀତିକ ବିଶାରଦ ଭାବେ ପରିଚିତ ଅନନ୍ତ ନାଗେଶ୍ୱରନ ପ୍ରାଥମିକ ଅବସ୍ଥାରେ ଅଧ୍ୟାପନା କ୍ଷେତ୍ରରେ ରହିଥିଲେ। ସେ ୧୯୮୫ରେ ଆଇଆଇଏମ୍‌ ଅହମ୍ମଦାବାଦରୁ ଏମ୍‌ବିଏରେ ପୋଷ୍ଟ ଗ୍ରାଜ୍ୟୁଏଟ ଡିପ୍ଲୋମା ହାସଲ କରିଥିଲେ। ଏହାପରେ ୧୯୯୪ରେ ସେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି।

୧୯୯୪ରୁ ୨୦୧୧ ମଧ୍ୟରେ ସେ ସ୍ବିଜରଲ୍ୟାଣ୍ଡ ଓ ସିଙ୍ଗାପୁରର ଅନେକ ଘରୋଇ ମାକ୍ରୋ ଇକୋନୋମି ଏବଂ କ୍ୟାପିଟାଲ ମାର୍କେଟ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ନେତୃତ୍ୱ ଭୂମିକା ତୁଲାଇ ଥିଲେ। ସେ ଆନ୍ଧ୍ର ପ୍ରଦେଶରେ ଥିବା କ୍ରେଆ ବିଶ୍ୱବିଦ୍ୟାଳୟରେ ଅର୍ଥନୀତିକ ପାଠ୍ୟକ୍ରମର ପ୍ରଫେସର ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି।

୨୦୧୯ରୁ ୨୦୨୧ ମଧ୍ୟରେ ସେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୀତିକ ପରାମର୍ଶଦାତା ପରିଷଦର ପାର୍ଟ ଟାଇମ ସଦସ୍ୟ ଭାବେ କାର୍ଯ୍ୟ କରିଛନ୍ତି। ଭେଙ୍କଟରମନ ଏକାଧିକ ବହି ମଧ୍ୟ ଲେଖି ଖ୍ୟାତି ଅର୍ଜନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri