Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଶନିବାର ଏକ ବଡ଼ ଘୋଷଣା କରିଛି। ସରକାର ଏବେ ସେହି ଗ୍ରାହକମାନଙ୍କୁ LPG ସିଲିଣ୍ଡର ବ୍ୟବହାର କରିବା କିମ୍ବା ନୂଆ କନେକ୍ସନ ନେବା ଉପରେ ରୋକ ଲଗାଇଛନ୍ତି, ଯେଉଁମାନଙ୍କ ଘରେ ପୂର୍ବରୁ ପାଇପ ଯୋଗେ ପ୍ରାକୃତିକ ଗ୍ୟାସ (PNG) ସୁବିଧା ଉପଲବ୍ଧ ଅଛି।

ସରକାରଙ୍କ ସଂଶୋଧିତ ନିର୍ଦ୍ଦେଶ ଅନୁଯାୟୀ, ସରକାରୀ ତୈଳ କମ୍ପାନୀଗୁଡ଼ିକୁ ସ୍ପଷ୍ଟ କରାଯାଇଛି ଯେ, ଯେଉଁ ଗ୍ରାହକଙ୍କ ପାଖରେ PNG କନେକ୍ସନରହିଛି, ସେମାନଙ୍କୁ ନୂଆ LPG କନେକ୍ସନ ଦିଆଯିବ ନାହିଁ। ସେହି ଗ୍ରାହକମାନେ ନିଜର ପୁରୁଣା ସିଲିଣ୍ଡର ମଧ୍ୟ ରିଫିଲ (Refill)କରିପାରିବେ ନାହିଁ। ଘରୋଇ ଗ୍ୟାସ ଯୋଗାଣକୁ ସନ୍ତୁଳିତ ରଖିବା ଏବଂ ସମ୍ବଳର ସଠିକ ବ୍ୟବହାର ପାଇଁ ସରକାର ଏହି ପଦକ୍ଷେପ ନେଇଛନ୍ତି।

ଶୁକ୍ରବାର ଏକ ମିଳିତ ଖବରଦାତା ସମ୍ମିଳନୀରେ ସରକାର ଦେଶରେ କଞ୍ଚା ତେଲ ଏବଂ ଗ୍ୟାସର ସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି। ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା କହିଛନ୍ତି, ଭାରତ ନିଜର ମୋଟ ଆବଶ୍ୟକତାର ପ୍ରାୟ ୬୦ ପ୍ରତିଶତ LPG ବିଦେଶରୁ ଆମଦାନୀ କରିଥାଏ। ଏହି ଆମଦାନୀର ୯୦ ପ୍ରତିଶତ ସପ୍ଲାଏ ’ଷ୍ଟ୍ରେଟ ଅଫ ହର୍ମୁଜ’ ଦେଇ ଆସିଥାଏ, ଯାହା ବର୍ତ୍ତମାନ ଯୁଦ୍ଧ ଯୋଗୁ ପ୍ରଭାବିତ ହେବାର ଆଶଙ୍କା ରହିଛି। ଦେଶରେ ପ୍ରତିଦିନ ପ୍ରାୟ ୫୦ ଲକ୍ଷ LPG ସିଲିଣ୍ଡର ଡେଲିଭରି କରାଯାଉଛି।

ତେବେ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ ଏବଂ LPG ର ସ୍ଥିତି ସନ୍ତୋଷଜନକ ରହିଛି। ଗତ ମାର୍ଚ୍ଚ ୯ ତାରିଖରେ ସରକାର ’Essential Commodities Act’ ଲାଗୁ କରି ସମସ୍ତ ରିଫାଇନାରୀକୁ LPG ଉତ୍ପାଦନ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଘରୋଇ ଉତ୍ପାଦନ ୨୫ ପ୍ରତିଶତରୁ ବଢ଼ି ୨୮ ପ୍ରତିଶତରେ ପହଞ୍ଚିଛି। ଦେଶର କୌଣସି ପେଟ୍ରୋଲ ପମ୍ପରେ ଇନ୍ଧନ ଶେଷ ହେବାର ସ୍ଥିତି ନାହିଁ ବୋଲି ମନ୍ତ୍ରଣାଳୟ ଆଶ୍ୱାସନା ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri