Posted inଜାତୀୟ

ମହିଳାମାନଙ୍କୁ ବୋକା ବନାଇବା ପାଇଁ ସରକାର ଆଣିଛନ୍ତି ସଂରକ୍ଷଣ ବିଲ: ଏଏପି…

ନୂଆଦିଲ୍ଲୀ,୧୯।୯ : ମହିଳା ସଂରକ୍ଷଣ ବିଲ ସମ୍ପର୍କରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆମ ଆଦମୀ ପାର୍ଟି ମଙ୍ଗଳବାର ଭାଜପାକୁ ଟାର୍ଗେଟ କରିଛି। ଏଏପି କହିଛି ବିଲକୁ ଆମେ ନୈତିକ ଭାବରେ ସମର୍ଥନ କରୁଛୁ।

କେଜରିୱାଲ ସରକାରଙ୍କ ଜଣେ ମନ୍ତ୍ରୀ ତଥା ଏଏପି ନେତା ଅତିଶୀ ଅତିଶୀ ମାର୍ଲେନା କହିଛନ୍ତି ୨୦୨୪ ମସିହାରେ ଏହି ବିଲର ବ୍ୟବସ୍ଥା ପ୍ରଯୁଜ୍ୟ ହେବ ନାହିଁ। ମହିଳାଙ୍କ କଲ୍ୟାଣ ପାଇଁ ଭାଜପାର କୌଣସି ଆଗ୍ରହ ନାହିଁ। ଏହା ମହିଳା ସଂରକ୍ଷଣ ବିଲ ନୁହେଁ, ବରଂ ମହିଳାମାନଙ୍କୁ ବୋକା ବନାଇବା ପାଇଁ ଏକ ବିଲ।

ଆମର ଦାବି ହେଉଛି ମହିଳା ସଂରକ୍ଷଣ ବିଲରୁ ସୀମା ନିର୍ଦ୍ଧାରଣ, ଜନଗଣନା ଏବଂ ୨୦୨୪ ଲୋକସଭା ନିର୍ବାଚନରେ ସଂରକ୍ଷଣ ଲାଗୁ କରିବା। ସେ କହିଛନ୍ତି କାହିଁକି ସୀମା ନିର୍ଦ୍ଧାରଣ ଏବଂ ଜନଗଣନା ବ୍ୟବସ୍ଥା ଅନ୍ତର୍ଭୁକ୍ତ କରାଯାଇଛି? ଏହାର ଅର୍ଥ ହେଉଛି ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ମହିଳା ସଂରକ୍ଷଣ କାର୍ଯ୍ୟକାରୀ ହେବ ନାହିଁ। ,

ଜନଗଣନା କରିବା ପାଇଁ ଅତି କମରେ ଏକ ବର୍ଷ ସମୟ ଲାଗିଥାଏ। ଏହା ପରେ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଆରମ୍ଭ ହେବ। ସମଗ୍ର ଦେଶରେ ଏହା ଏକରୁ ଦୁଇ ବର୍ଷ ଲାଗିବ।

ଏଏପି ରାଜ୍ୟସଭା ଏମପି ରାଘବ ଚଢା କହିଛନ୍ତି ଦେଶ ତଥା ମହିଳାମାନଙ୍କୁ ଏହି ବିଲ ଲାଗୁ ପାଇଁ ଜନଗଣନା ଏବଂ ସୀମା ଲାଗି ଅପେକ୍ଷା କରିବାକୁ ପଡ଼ିବ।
କାର୍ଯ୍ୟକାରିତା ପାଇଁ କୌଣସି ଫ୍ରେମ ବିନା ଏହି ବିଲ ପ୍ରସ୍ତୁତ କରାଯାଇଛି। ବିନା ବିଳମ୍ବରେ ମହିଳା ସଂରକ୍ଷଣକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଆମେ ଦାବି କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri