ବର୍ଷାରେ ସରକାରୀ ବସ୍‌ଷ୍ଟାଣ୍ଡ ବେହାଲ

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ମଧ୍ୟରେ ରହିଥିବା ସରକାରୀ ବସଷ୍ଟାଣ୍ଡ ସାମାନ୍ୟ ବର୍ଷାରେ ବେହାଲ ହୋଇପଡିଛି। ପ୍ରତିବର୍ଷ ବର୍ଷାଦିନେ ବସଷ୍ଟାଣ୍ଡରେ ଏଭଳି ସମସ୍ୟା ଲାଗି ରହିଥିବାବେଳେ ଏପର୍ଯ୍ୟନ୍ତ ତାର କିଛି ସମାଧାନ କରା ନ ଯିବା ବିଭାଗୀୟ ଅପାରଗତାକୁ ପଦାରେ ପକାଇ ଦେଇଛି। ବସଷ୍ଟାଣ୍ଡରେ ଜଳ ନିଷ୍କାସନ ବ୍ୟବସ୍ଥା ଠିକ୍‌ ନ ଥିବା ଯୋଗୁ ଏଭଳି ସମସ୍ୟା ସୃଷ୍ଟି ହେଉଥିବାବେଳେ ଏଥିପାଇଁ ଯାତ୍ରୀଙ୍କୁ ହଟହଟାର ସମ୍ମୁଖୀନ ହେବାକୁ ପଡ଼ୁଛି। ସହର ସୌନ୍ଦର୍ଯ୍ୟକରଣକୁ ଗୁରୁତ୍ୱ ଦିଆଯାଉଥିବା ନେଇ ପ୍ରଶାସନ କହୁଥିବାବେଳେ ସାମାନ୍ୟ ବର୍ଷାରେ ସ୍ଥାନୀୟ ସରକାରୀ ବସଷ୍ଟାଣ୍ଡରୁ ସହରର ସୌନ୍ଦର୍ଯ୍ୟକରଣ ସ୍ପଷ୍ଟ ବାରି ହୋଇ ପଡ଼ୁଛି ବୋଲି ସ୍ଥାନୀୟ ଲୋକ ଏବଂ ବସ୍‌ ଯାତ୍ରୀମାନେ କହିଛନ୍ତି ।
ରବଗଡ଼ ବସଷ୍ଟାଣ୍ଡରୁ ସମ୍ବଲପୁରକୁ ପ୍ରତିଦିନ ସିଟି ବସ୍‌ ଯାତାୟାତ କରୁଛି। ସେହିପରି ସରକାରୀ ବସ୍‌ଗୁଡ଼ିକ ଏଠାରୁ ଜିଲା ବାହାରକୁ ମଧ୍ୟ ଯାଉଛି। ଫଳରେ ବସଷ୍ଟାଣ୍ଡ ଉପରେ ନିୟମିତ ବହୁସଂଖ୍ୟକ ଯାତ୍ରୀ ନିର୍ଭର କରିଥାନ୍ତି। ବସଷ୍ଟାଣ୍ଡ ପରିସରରେ ରହିଥିବା ଶୌଚାଳୟରେ ବର୍ଷ ବର୍ଷ ଧରି ତାଲା ଝୁଲୁଛି । ଅନ୍ୟପଟେ ସେହି ଶୌଚାଳୟ ଦେଇ ସଙ୍କୁଚିତ ଡ୍ରେନେଜ ବ୍ୟବସ୍ଥା ରହିଥିବାବେଳେ ବର୍ଷାରେ ବସଷ୍ଟାଣ୍ଡ ପରିସରରେ ଜମୁଥିବା ପାଣି ନିଷ୍କାସନ ହୋଇପାରୁନାହିଁ। ଫଳରେ ବସଷ୍ଟାଣ୍ଡ ଜଳାର୍ଣ୍ଣବ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ ଯାତ୍ରୀମାନେ ବସ୍‌ରୁ ଓହ୍ଲାଇବା କିମ୍ବା ବସ୍‌କୁ ଚଢ଼ିବା ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେବେ ସହରର ପ୍ରମୁଖ ପେଣ୍ଠସ୍ଥଳୀରେ ଏହି ବସଷ୍ଟାଣ୍ଡ ଥିବାବେଳେ ଉକ୍ତ ସମସ୍ୟା ସ୍ଥାନୀୟ ଜନ ପ୍ରତିନିଧି, ପ୍ରଶାସନକୁ ଅଛପା ରହିନାହିଁ । ଏହାସତ୍ତ୍ବେ ଏଭଳି ଏକ ପ୍ରମୁଖ ସମସ୍ୟା ପ୍ରତି ସଭିଁଏ ଆଖି ବୁଜିଦେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri