Posted inଜାତୀୟ

ପୋଲିସ କନଷ୍ଟେବଳ ନିଯୁକ୍ତି ପରୀକ୍ଷା ବାତିଲ କଲେ ସରକାର

ଲକ୍ଷ୍ନୌ,୨୪ା୨: ଉତ୍ତରପ୍ରଦେଶ ସରକାର ଶନିବାର ରାଜ୍ୟର ବିଭିନ୍ନ ଜିଲାରେ ଫେବୃଆରୀ ୧୭ ଏବଂ ୧୮ରେ ଅନୁଷ୍ଠିତ ହୋଇଥିବା ପୋଲିସ ନିଯୁକ୍ତି ପରୀକ୍ଷାକୁ ବାତିଲ କରି ୬ମାସ ମଧ୍ୟରେ ପୁନର୍ବାର ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ନିଷ୍ପତ୍ତି ନେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି।

ଯୋଗୀ କହିଛନ୍ତି, ପରୀକ୍ଷାର ପବିତ୍ରତା ସହିତ କୌଣସି ଆପୋଷ ବୁଝାମଣା ହୋଇପାରିବ ନାହିଁ। ଯେଉଁମାନେ ଯୁବକମାନଙ୍କ କଠିନ ପରିଶ୍ରମ ସହିତ ଖେଳନ୍ତି ସେମାନେ କୌଣସି ପରିସ୍ଥିତିରେ ରକ୍ଷା ପାଇବେ ନାହିଁ। ଏଭଳି ଅନିୟମିତ ଉପାଦାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନିଶ୍ଚିତ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ଜଣେ ସହଯୋଗୀ କହିଛନ୍ତି, ଯେଉଁମାନେ ପରୀକ୍ଷାର ଗୋପନୀୟତା ଭଙ୍ଗ କରିଛନ୍ତି ସେମାନେ ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ)ର ରାଡାରରେ ଅଛନ୍ତି ଏବଂ ଅନେକ ଅଭିଯୁକ୍ତଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇଛି।

पुलिस भर्ती परीक्षा को योगी सरकार ने रद्द कर दिया है.

ପୋଲିସ ନିଯୁକ୍ତି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ପ୍ରତିବାଦରେ ପ୍ରତିଯୋଗୀ ଛାତ୍ରଙ୍କ ଆନ୍ଦୋଳନ ଶୁକ୍ରବାର ଉତ୍ତରପ୍ରଦେଶ ଜନସେବା ଆୟୋଗର ପ୍ରବେଶ ପଥରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି। ଉତ୍ତରପ୍ରଦେଶ ପୋଲିସ ନିଯୁକ୍ତି ମାମଲାରେ ଆଭ୍ୟନ୍ତରୀଣ ଅନୁସନ୍ଧାନ ପାଇଁ ନିଯୁକ୍ତି ବୋର୍ଡ ଏକ ଅନୁସନ୍ଧାନ କମିଟି ଗଠନ କରିଛି।

ଏଡିଜି ର଼୍ୟାଙ୍କ ଅଧିକାରୀ ଏହି ଅନୁସନ୍ଧାନ କମିଟିର ନେତୃତ୍ୱ ନେଉଛନ୍ତି ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୧୫୦୦ ଅଭିଯୋଗ ଇ-ମେଲ୍‌ ମାଧ୍ୟମରେ ନିଯୁକ୍ତି ବୋର୍ଡକୁ ପଠାଯାଇଛି। ଆଭ୍ୟନ୍ତରୀଣ କମିଟି ଏହି ଅଭିଯୋଗଗୁଡ଼ିକର ଅନୁସନ୍ଧାନ କରିବ ଏବଂ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍‌ ହୋଇଛି କି ନାହିଁ ତାହା ଜାଣିବ। କହିରଖୁଛୁ ପୁନଃ ପରୀକ୍ଷା ଦାବିରେ ପ୍ରାର୍ଥୀମାନେ କ୍ରମାଗତ ଭାବରେ ବିକ୍ଷୋଭ କରିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri