ସରକାରୀ କର୍ମଚାରୀଙ୍କୁ ସଦରମହକୁମା ଛାଡ଼ିବା ମନା

ଗଞ୍ଜାମ,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ ସଦରମହକୁମା ନ ଛାଡ଼ିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ କାମ ଥିଲେ ବିଭାଗୀୟ ଅନୁମତି ଦରକାର ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି କହିଛନ୍ତି। କଟକଣା ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।