Posted inଜାତୀୟ

କାହାର ସଦସ୍ୟତା ରଦ୍ଦ କରିବାକୁ ଅଧିକାର ସରକାରଙ୍କର ନାହିଁ: ଅଠଓ୍ବାଲେ

ନୂଆଦିଲ୍ଲୀ,୧୦।୮: ଦିଲ୍ଲୀ ଅର୍ଡିନାନ୍ସ ବିଲ ଚୟନ କମିଟିକୁ ପଠାଯିବା ପରେ ‘ନକଲି ଦସ୍ତଖତ’ ନେଇ ବିବାଦରେ ଅଛନ୍ତି ରାଜ୍ୟ ସଭା ଏମ୍‌ପି ରାଘବ ଚଢା। ପାର୍ଲାମେଣ୍ଟର ଚାରିଜଣ ଏମ୍‌ପି ରାଘବ ଚଢାଙ୍କୁ ନିୟମ ଉଲ୍ଲଂଘନ କରିଥିବା ଏବଂ ବିନା ଅନୁମତିରେ ଚୟନ କମିଟି ଗଠନ ପାଇଁ ସେମାନଙ୍କ ନାମ ପ୍ରସ୍ତାବ ଦେଇଥିବା ଅଭିଯୋଗ କରିଛନ୍ତି। ଏହା ଉପରେ ଏଏପି ଏମ୍‌ପି ରାଘବ ଚଢା କହିଛନ୍ତି ଯେ, ଭାଜପା ତାଙ୍କ ସ୍ବରକୁ ଦମନ କରିବାକୁ ଚେଷ୍ଟା କରୁଛି।
ଏନେଇ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କହିଛନ୍ତି ଯେ, କାହାର ସଦସ୍ୟତା ସମାପ୍ତ କରିବାକୁ ସରକାରଙ୍କର ସମ୍ପୂର୍ଣ୍ଣ ଅଧିକାର ନାହିଁ। ଏହି ଅଧିକାର ସଂସଦର ସଚିବଙ୍କର ଅଟେ। ଯେଉଁମାନେ ନିୟମ ବିରୋଧୀ କାର୍ଯ୍ୟ କରନ୍ତି ସେମାନଙ୍କ ସଦସ୍ୟତାକୁ ରଦ୍ଦ କରିବାର ଅଧିକାର ସଂସଦ ସଚିବଙ୍କର ଅଛି। ଆଜି ପର୍ଯ୍ୟନ୍ତ ଅନେକ ଏମ୍‌ପି ଅଯୋଗ୍ୟ ହୋଇଥିଲେ କିନ୍ତୁ ପରେ କୋର୍ଟରୁ ମଞ୍ଜୁର ପାଇବା ପରେ ସେମାନେ ସଂସଦକୁ ଆସିଛନ୍ତି। ତେଣୁ ସରକାରଙ୍କ ଉଦ୍ଦେଶ୍ୟ ଆଦୌସେପରି ନୁହେଁ। ରାଘଙ୍କେ ଅଭିଯୋଗରେ କୌଣସି ସତ୍ୟତା ନାହିଁ। ଯେଉଁମାନେ ଭୁଲ କାମ କରନ୍ତି କିମ୍ବା ସର୍ବଦା ହଟ୍ଟଗୋଳ ସୃଷ୍ଟି କରନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ଅଧିକାର ରହିଛି। ତୁମେ ତୁମର ଆଚରଣକୁ ସଂଶୋଧନ କରିବା ଉଚିତ୍‌।
ଏହି ପ୍ରସଙ୍ଗରେ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖର ୪ ଏମ୍‌ପିଙ୍କ ଅଭିଯୋଗକୁ ଅନୁସନ୍ଧାନ ପାଇଁ ଅଧିକାର କମିଟି ନିକଟକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?