Posted inଜାତୀୟ

ମୋ ବିରୋଧରେ ସମସ୍ତ କ୍ଷମତା ଲଗାଇଛନ୍ତି ସରକାର: ସିସୋଡିଆ…

ନୂଆଦିଲ୍ଲୀ,୧୮।୨ : ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଶନିବାର କହିଛନ୍ତି ଯେ ମଦ ନୀତି ପ୍ରସଙ୍ଗରେ ତାଙ୍କୁ ପୁଣି ପଚରାଉଚରା ପାଇଁ ଡକାଯାଇଛି। ତାଙ୍କୁ ହଇରାଣ କରିବା ପାଇଁ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଏଜେନ୍ସିଗୁଡିକର ପୂର୍ଣ୍ଣ କ୍ଷମତାର ଅପବ୍ୟବହାର କରୁଥିବା ସେ ଅଭିଯୋଗ କରିଛନ୍ତି।

ସିସୋଡିଆ ଟୁଇଟ କରି ସୂଚନା ଦେଇଛନ୍ତି ଆସନ୍ତାକାଲି ସିବିଆଇ ମତେ ପୁଣି ଡାକିଛି। ସେମାନେ ମୋ ବିରୁଦ୍ଧରେ ସିବିଆଇ, ଇଡିକୁ ଲଗାଇଛନ୍ତି। ମୋ ଘରେ ଚଢ଼ାଉ କରିଛନ୍ତି, ମୋ ବ୍ୟାଙ୍କ ଲକରରେ ସନ୍ଧାନ କରିଛନ୍ତି। ମାତ୍ର ମୋ ବିରୋଧରେ ସେମାନଙ୍କୁ କିଛି ମିଳି ନାହିଁ। ମୁଁ ଦିଲ୍ଲୀର ପିଲାମାନଙ୍କ ପାଇଁ ଭଲ ଶିକ୍ଷା ଲାଗି ବ୍ୟବସ୍ଥା କରିଛି। ସେମାନେ ତାଙ୍କୁ ଅଟକାଇବାକୁ ଚାହୁଁଛନ୍ତି। ମୁଁ ସବୁବେଳେ ଅନୁସନ୍ଧାନରେ ସହଯୋଗ କରିଆସୁଛି ଏବଂ କରିବ ମଧ୍ୟ।

ସିସୋଡିଆଙ୍କୁ ରବିବାର ପୂର୍ବାହ୍ନ ୧୧ ଟା ସମୟରେ ଦିଲ୍ଲୀର ସେଣ୍ଟ୍ରାଲ ଇନଭେଷ୍ଟିଗେଶନ ବ୍ୟୁରୋ (ସିବିଆଇ) ମୁଖ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ଏହାକୁ ନେଇ ସିସୋଡିଆ ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri