ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ଏତିକି ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା…

ଭୁବନେଶ୍ୱର,୯ା୧୦: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରଙ୍କ ବିଭିନ୍ନ ଉଦ୍ୟୋଗ(ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ଏହି ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଛି। । ଫଳରେ ୪୬%ରୁ ବଢ଼ି ଏହି ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

ବୁଧବାର ସାଧାରଣ ଉଦ୍ୟୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାରୀ ଉଦ୍ୟୋଗୀ କର୍ମଚାରୀମାନଙ୍କୁ ୨୦୧୭ ଦରମା ହାର ଆଧାରରେ ମହଙ୍ଗା ଭତ୍ତା ପରିମାଣକୁ ୪୬%ରୁ ୫୦%କୁ ବୃଦ୍ଧି କରାଗଲା । ଯାହାକି ୨୦୨୪ ଜାନୁୟାରୀ ୧ରୁ ପିଛିଲା ଭାବେ ଲାଗୁ ହେବ। ତେବେ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ରାଜ୍ୟ ଉଦ୍ୟୋଗରେ କାର୍ଯ୍ୟରତ ଯୋଗ୍ୟ କର୍ମଚାରୀଙ୍କୁ ହିଁ ମିଳିପାରିବ। ସେଥିପାଇଁ ସାଧାରଣ ଉଦ୍ୟୋଗ ବିଭାଗ ମୋଟ ୯ଟି ସର୍ତ୍ତ ରଖିଛି । ଏହି ସର୍ତ୍ତସବୁ ପୂରଣ କରୁଥିବା ରାଜ୍ୟ ସରକାରଙ୍କ ଉଦ୍ୟୋଗଗଡ଼ିକୁ ନିଜର କର୍ମଚାରୀମାନଙ୍କୁ ବର୍ଦ୍ଧିତ ମହଙ୍ଗା ଭତ୍ତା ନିଜ ପାଣ୍ଠିରୁ ହିଁ ଦେଇପାରିବେ। ଏଥିପାଇଁ ରାଜ୍ୟ ସରକାର କୌଣସି ଆର୍ଥିକ ସହାୟତା ଦେବେ ନାହିଁ।

ସେହିପରି ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଗ୍ରାଚ୍ୟୁଇଟି ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚ୍ୟୁଇଟି (ଡିସିଆର୍‌ଜି)କୁ ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ପିଛିଲା ଭାବରେ ୨୦୨୪ ଜାନୁଆରୀ ୧ ତାରିଖରୁ ଲାଗୁ କରାଯାଇଛି। ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଥିଲେ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାର ୦୧ା୦୧ା୨୦୨୪ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍‌ (ପେନ୍‌ସନ୍‌) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚ୍ୟୁଇଟିକୁ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?