ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ଏତିକି ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା…

ଭୁବନେଶ୍ୱର,୯ା୧୦: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରଙ୍କ ବିଭିନ୍ନ ଉଦ୍ୟୋଗ(ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ଏହି ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଛି। । ଫଳରେ ୪୬%ରୁ ବଢ଼ି ଏହି ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

ବୁଧବାର ସାଧାରଣ ଉଦ୍ୟୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାରୀ ଉଦ୍ୟୋଗୀ କର୍ମଚାରୀମାନଙ୍କୁ ୨୦୧୭ ଦରମା ହାର ଆଧାରରେ ମହଙ୍ଗା ଭତ୍ତା ପରିମାଣକୁ ୪୬%ରୁ ୫୦%କୁ ବୃଦ୍ଧି କରାଗଲା । ଯାହାକି ୨୦୨୪ ଜାନୁୟାରୀ ୧ରୁ ପିଛିଲା ଭାବେ ଲାଗୁ ହେବ। ତେବେ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ରାଜ୍ୟ ଉଦ୍ୟୋଗରେ କାର୍ଯ୍ୟରତ ଯୋଗ୍ୟ କର୍ମଚାରୀଙ୍କୁ ହିଁ ମିଳିପାରିବ। ସେଥିପାଇଁ ସାଧାରଣ ଉଦ୍ୟୋଗ ବିଭାଗ ମୋଟ ୯ଟି ସର୍ତ୍ତ ରଖିଛି । ଏହି ସର୍ତ୍ତସବୁ ପୂରଣ କରୁଥିବା ରାଜ୍ୟ ସରକାରଙ୍କ ଉଦ୍ୟୋଗଗଡ଼ିକୁ ନିଜର କର୍ମଚାରୀମାନଙ୍କୁ ବର୍ଦ୍ଧିତ ମହଙ୍ଗା ଭତ୍ତା ନିଜ ପାଣ୍ଠିରୁ ହିଁ ଦେଇପାରିବେ। ଏଥିପାଇଁ ରାଜ୍ୟ ସରକାର କୌଣସି ଆର୍ଥିକ ସହାୟତା ଦେବେ ନାହିଁ।

ସେହିପରି ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଗ୍ରାଚ୍ୟୁଇଟି ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚ୍ୟୁଇଟି (ଡିସିଆର୍‌ଜି)କୁ ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ପିଛିଲା ଭାବରେ ୨୦୨୪ ଜାନୁଆରୀ ୧ ତାରିଖରୁ ଲାଗୁ କରାଯାଇଛି। ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଥିଲେ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାର ୦୧ା୦୧ା୨୦୨୪ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍‌ (ପେନ୍‌ସନ୍‌) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚ୍ୟୁଇଟିକୁ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri