ମିଶନ ଶକ୍ତି କର୍ମକର୍ତ୍ତାଙ୍କ ଦେୟ ପରିମାଣ ବଢ଼ାଇଲେ ସରକାର, ଉପକୃତ ହେବେ ୧ ଲକ୍ଷ ୨୬ ହଜାର ୧୦ କର୍ମକର୍ତ୍ତା

ଭୁବନେଶ୍ୱର,୧୧ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେଶନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି ଘୋଷଣା କରିଛନ୍ତି।

ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେଶନର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକର କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରିବା ଦିଗରେ ଏହି ଫେଡେରେଶନଗୁଡ଼ିକର ସ୍ବତନ୍ତ୍ର ଭୂମିକା ରହିଛି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରେଶନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ଏହି ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେଶନର ସଭାପତି ଏ ସମ୍ପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ।

ବ୍ଲକସ୍ତରୀୟ ଫେଡେରେଶନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ। ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ।

ସେହିପରି ପଞ୍ଚାୟତସ୍ତରୀୟ ଫେଡେରଶନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ। ଏହା ଦ୍ୱାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ, ରାଜ୍ୟରେ ସମୁଦାୟ ୬୭୬ ଜଣ ବ୍ଲକସ୍ତରୀୟ ଫେଡେରେଶନ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୩୦୪୨। ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରେଶନରେ ୧୩,୫୮୮ ଜଣ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୧,୦୮,୭୦୪। ଏହିପରି ମୋଟ୍‌ ୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri