ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର, ଜାଣନ୍ତୁ କେତେ ବଢ଼ିଲା…

ଭୁବନେଶ୍ୱର,୧୭ା୧: ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସ ଖବର। ଏହି ବର୍ଗର ଶିକ୍ଷକମାନଙ୍କର ଦରମା ବଢ଼ାଇଛନ୍ତି ସରକାର। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ସ୍କିମାଟିକ୍‌ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧୦୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଏହି ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୧୦୦୦ ଟଙ୍କାରୁ ବୃଦ୍ଧି ପାଇ ୧୬୦୦୦ ଟଙ୍କା କରାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକମାନଙ୍କ ଇପିଏଫ୍‌ ପରିମାଣ ମଧ୍ୟ ୧୪୪୩ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୪,୯୫୦ ଟଙ୍କା ପ୍ରଦାନ କରିବେ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ୧୨,୭୪୦ ଜଣ ସ୍କିମାଟିକ୍‌ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ।

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ୧୬୦୦୦ରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri