ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।

ଗୁରୁବାର ଓଡ଼ିଶା ବିଧାନସଭାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ନିକଟରେ ୩୧ଟି ନୂଆ ଜିଲା ଗଠନ ପାଇଁ ବିଭିନ୍ନ ଅଞ୍ଚଳରୁ ଦାବିପତ୍ର ଓ ଆବେଦନ ପହଞ୍ଚିଛି। ଏହି ସମସ୍ତ ପ୍ରସ୍ତାବ ବର୍ତ୍ତମାନ ସରକାରଙ୍କ ବିଚାରାଧୀନ ରହିଛି। ପ୍ରସ୍ତାବଗୁଡ଼ିକର ଅନୁଧ୍ୟାନ ଏବଂ ପ୍ରଶାସନିକ ଆବଶ୍ୟକତାକୁ ଭିତ୍ତି କରି ଉପଯୁକ୍ତ ସମୟରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଜିଲା ସହିତ ରାଜ୍ୟରେ ୬୬ଟି ନୂତନ ଉପଖଣ୍ଡ ଗଠନ ପାଇଁ ମଧ୍ୟ ପ୍ରସ୍ତାବ ଆସିଛି, ଯାହା ପ୍ରଶାସନିକ ବିକେନ୍ଦ୍ରୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ହେବ।

୧୯୩୬ରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ବେଳେ ମାତ୍ର ୬ଟି ଜିଲା (କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମ) ଥିଲା। ପରବର୍ତ୍ତୀ ସମୟ ଆଉ ୭ଟି ଜିଲା (ବଲାଙ୍ଗୀର, ଢେଙ୍କାନାଳ, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, ଫୁଲବାଣୀ ଓ ସୁନ୍ଦରଗଡ଼) ମିଶି ଜିଲା ସଂଖ୍ୟା ୧୩ ହୋଇଥିଲା। ୧୯୯୩ ବିଜୁ ପଟ୍ଟନାୟକଙ୍କ ସରକାର ଅମଳରେ ୧୭ଟି ନୂଆ ଜଳ ଗଠନ କରାଯାଇ ଜିଲା ସଂଖ୍ୟାକୁ ୩୦ କୁ ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri