ଲକ୍ଷ୍ମୀ ବସ୍ ଚଲାଇ କ୍ଷତି ସହୁଛନ୍ତି ସରକାର; ରାଜକୋଷରୁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା; ଆୟ ନାହିଁ

ଭୁବନେଶ୍ୱର,୨୨ା୮:କ୍ରମାଗତ ତୃତୀୟ ଦିନ ପାଇଁ ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବିଧାନସଭା କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏହାରି ମଧ୍ୟରେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୁତିଭୂଷଣ ପ୍ରଧାନ। ଏହି ସମୟରେ ବିଧାୟକ ପ୍ରଶ୍ନ କରି ଲକ୍ଷ୍ମୀ ବସ ଚାଲିବା ପରେ କେତେ ଲାଭ ଓ କେତେ କ୍ଷତି ହିସାବ ମାଗିଥିଲେ। ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଲକ୍ଷ୍ମୀ ବସ୍‌‌ ମାଧ୍ୟମରେ ଯୋଜନା ଆରମ୍ଭ ହେବା ଦିନରୁ ବର୍ତମାନ ପର୍ଯ୍ୟନ୍ତ ମୋଟ ୩୯୯ କୋଟି ୧୨ ଲକ୍ଷ ୪୪ହଜାର ୬୪୦ ଟଙ୍କା ଖର୍ଚ୍ଚ ହୋଇଛି। ଏଥିରୁ ମାତ୍ର ୨୫କୋଟି ୩ଲକ୍ଷ ଟଙ୍କା ଆଦାୟ ହୋଇଛି। ଅର୍ଥାତ ଏହି ଯୋଜନାରେ ସରକାର ଏପର୍ଯ୍ୟନ୍ତ ୩୭୪କୋଟି ୮ଲକ୍ଷ ୫୮ହଜାର ଟଙ୍କାର କ୍ଷତି ସହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

ତେବେ ଚିକିଟି ମଦମୃତୁ୍ୟ ପ୍ରସଙ୍ଗ ଏବଂ ପ୍ରବର୍ତ୍ତନ ନିଦେ୍ର୍ଦଶାଳୟ ଚଢ଼ାଉ ପ୍ରସଙ୍ଗକୁ ନେଇ ଆଜି ଗୃହରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଥିଲା । ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ଚିକିଟି ମଦ ମୃତୁ୍ୟ ଘଟଣାରେ ବିଜେଡି ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିବା ବେଳେ କଂଗ୍ରେସ ଇଡି ଚଢ଼ାଉକୁ ନେଇ ହଟ୍ଟଗୋଳ କରିଥିଲା । ଫଳରେ ବାଚସ୍ପତି ୧୦ଟା ୩୬ରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ । ସାଢ଼େ ୧୧ଟାରୁ ଗୃହ କାର୍ଯ୍ୟ ପୁଣି ଆରମ୍ଭ ହେବା ମାତ୍ରେ ପୂର୍ବପରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା ।

ବିରୋଧୀଙ୍କ ଏପରି ଆଚରଣକୁ ଶାସକ ଦଳ ସଭ୍ୟ ଟଙ୍କଧର ତି୍ରପାଠୀ କଡ଼ା ସମାଲୋଚନା କରିଥିଲେ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ରାଜ୍ୟବାସୀଙ୍କ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଗତ ୩ ଦିନ ହେଲା ଗୃହରେ ଆଲୋଚନା ହୋଇପାରୁନାହିଁ ବୋଲି ଶ୍ରୀ ତି୍ରପାଠୀ କହିଥିଲେ । ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ’ ଚିକିଟି ମଦମୃତୁ୍ୟ ପ୍ରସଙ୍ଗରେ ବିରୋଧୀ ଦଳ ଆଣିଥିବା ମୁଲତବୀ ପ୍ରସ୍ତାବ ଉପରେ ସରକାର ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି କହିଥିଲେ । ଗୃହ ପରିଚାଳନାରେ ସହଯୋଗ କରିବାକୁ ସେ ବିରୋଧୀ ସଦସ୍ୟଙ୍କୁ ଅନୁରୋଧ କରିଥିଲେ । ତେବେ ବିରୋଧୀ ସଦସ୍ୟ ପୂର୍ବଭଳି ହଟ୍ଟଗୋଳ କରିବାରୁ ବାଚସ୍ପତି ୧୧ଟା ୩୩ରୁ ୧୧ଟା ୪୮ ଏବଂ ପରେ ୧୧ଟା ୫୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri