ଜାଲ୍‌ ସାର୍ଟିଫିକେଟ ମାମଲା ଉପରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ସତର୍କ ଦୃଷ୍ଟି ରଖିଛନ୍ତି । ବଲାଙ୍ଗୀର ପୋଷ୍ଟାଲ ନିଯୁକ୍ତିରେ ଜାଲ୍‌ ସାର୍ଟିଫିକେଟ ଘଟଣା ସାମ୍ନାକୁ ଆସିବା ପରଠାରୁ ସରକାର ଏ ନେଇ ସକ୍ରିୟ ଅଛନ୍ତି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଜାଲ୍‌ ସାର୍ଟିଫିକେଟ ମାମଲାରେ ଗମ୍ଭୀରତାର ସହ ଖୋଳତାଡ଼ ଜାରି ରଖିଛନ୍ତି । ଏଥିରେ ଜଡ଼ିତ ପ୍ରାୟ ୧୫୦ ଜଣଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଥାନାରେ ମଧ୍ୟ ଏତଲା ଦିଆଯାଇଛି। ବିଇଓ, ଡିଇଓମାନଙ୍କୁ ୭ ଦିନ ଭିତରେ ନିଜ ଅଞ୍ଚଳର ନକଲି ସାର୍ଟିଫିକେଟଧାରୀଙ୍କ ସମ୍ପର୍କରେ ରିପୋର୍ଟ କରି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଅସଲି ନକଲି ନେଇ ଓଡ଼ିଶା ଓ ରାଜ୍ୟ ବାହାର ବିଶ୍ୱବିଦ୍ୟାଳୟକୁ ଚିଠି କରାଯାଉଛି। ଖୋଳତାଡ଼ କରିବାକୁ ସମୟ ଲାଗୁଛି। ଗଣଶିକ୍ଷା ବିଭାଗରେ ପୂର୍ବରୁ ମଧ୍ୟ ଖୋଳତାଡ଼ ଚାଲିଛି । ଏଥିପାଇଁ ସ୍ବତନ୍ତ୍ର ଟିମ୍‌ ଗଠନର ଆବଶ୍ୟକତା ପଡ଼ିନିି ବୋଲି ସେ କହିଛନ୍ତି । ବଲାଙ୍ଗୀର ଲିଙ୍କ୍‌ କଥା କହିବା ଠିକ୍‌ ହେବନି ବୋଲି ମନ୍ତ୍ରୀ କହିଛନ୍ତି । କାରଣ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରୁଛି । ଯାହା ଦରକାର ପଡ଼ିବ ସେମାନେ କରିବେ ବୋଲି ସେ କହିଛନ୍ତି ।
ସ୍କୁଲ ଖୋଲିବା ସମ୍ପର୍କରେ ମନ୍ତ୍ରୀ କହିଛନ୍ତି ଯେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ। ପ୍ରଚଣ୍ଡ ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଶ୍ରେଣୀ ଯାଏ ସମସ୍ତ ସ୍କୁଲକୁ ଆସନ୍ତା ୧୬ ତାରିଖ ଯାଏ ବନ୍ଦ ଘୋଷଣା କରିଛନ୍ତି। ଆସନ୍ତା ରବିବାର ସୁଦ୍ଧା ପାଗରେ ପରିବର୍ତ୍ତନ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri