ଜାଲ୍‌ ସାର୍ଟିଫିକେଟ ମାମଲା ଉପରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ସତର୍କ ଦୃଷ୍ଟି ରଖିଛନ୍ତି । ବଲାଙ୍ଗୀର ପୋଷ୍ଟାଲ ନିଯୁକ୍ତିରେ ଜାଲ୍‌ ସାର୍ଟିଫିକେଟ ଘଟଣା ସାମ୍ନାକୁ ଆସିବା ପରଠାରୁ ସରକାର ଏ ନେଇ ସକ୍ରିୟ ଅଛନ୍ତି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଜାଲ୍‌ ସାର୍ଟିଫିକେଟ ମାମଲାରେ ଗମ୍ଭୀରତାର ସହ ଖୋଳତାଡ଼ ଜାରି ରଖିଛନ୍ତି । ଏଥିରେ ଜଡ଼ିତ ପ୍ରାୟ ୧୫୦ ଜଣଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଥାନାରେ ମଧ୍ୟ ଏତଲା ଦିଆଯାଇଛି। ବିଇଓ, ଡିଇଓମାନଙ୍କୁ ୭ ଦିନ ଭିତରେ ନିଜ ଅଞ୍ଚଳର ନକଲି ସାର୍ଟିଫିକେଟଧାରୀଙ୍କ ସମ୍ପର୍କରେ ରିପୋର୍ଟ କରି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଅସଲି ନକଲି ନେଇ ଓଡ଼ିଶା ଓ ରାଜ୍ୟ ବାହାର ବିଶ୍ୱବିଦ୍ୟାଳୟକୁ ଚିଠି କରାଯାଉଛି। ଖୋଳତାଡ଼ କରିବାକୁ ସମୟ ଲାଗୁଛି। ଗଣଶିକ୍ଷା ବିଭାଗରେ ପୂର୍ବରୁ ମଧ୍ୟ ଖୋଳତାଡ଼ ଚାଲିଛି । ଏଥିପାଇଁ ସ୍ବତନ୍ତ୍ର ଟିମ୍‌ ଗଠନର ଆବଶ୍ୟକତା ପଡ଼ିନିି ବୋଲି ସେ କହିଛନ୍ତି । ବଲାଙ୍ଗୀର ଲିଙ୍କ୍‌ କଥା କହିବା ଠିକ୍‌ ହେବନି ବୋଲି ମନ୍ତ୍ରୀ କହିଛନ୍ତି । କାରଣ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରୁଛି । ଯାହା ଦରକାର ପଡ଼ିବ ସେମାନେ କରିବେ ବୋଲି ସେ କହିଛନ୍ତି ।
ସ୍କୁଲ ଖୋଲିବା ସମ୍ପର୍କରେ ମନ୍ତ୍ରୀ କହିଛନ୍ତି ଯେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ। ପ୍ରଚଣ୍ଡ ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଶ୍ରେଣୀ ଯାଏ ସମସ୍ତ ସ୍କୁଲକୁ ଆସନ୍ତା ୧୬ ତାରିଖ ଯାଏ ବନ୍ଦ ଘୋଷଣା କରିଛନ୍ତି। ଆସନ୍ତା ରବିବାର ସୁଦ୍ଧା ପାଗରେ ପରିବର୍ତ୍ତନ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri