ସରକାରୀ ଜମି ଜବରଦଖଲ: ଡ୍ରେନ୍‌ ସମସ୍ୟା ବଢୁଛି

ଜଗତ୍‌ସିଂହପୁର,୩୦ା୭ (ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ସହରରେ ଡ୍ରେନ୍‌ ସମସ୍ୟା ନେଇ ଦୀର୍ଘ ବର୍ଷ ଧରି ଅସନ୍ତୋଷ ଲାଗି ରହିଥିଲେ ସୁଦ୍ଧା ତା’ର କୌଣସି ପ୍ରତିକାର ହେଉନାହିଁ। କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଜଗତ୍‌ସିଂହପୁର ଡ୍ରେନେଜ୍‌ ଡିଭିଜନ ଓ ପୌର ପ୍ରଶାସନ ଉପର ଠାଉରିଆ ପଦକ୍ଷେପ ନେଉଥିଲେ ସୁଦ୍ଧା ବାସ୍ତବରେ ଆନ୍ତରିକତା ପ୍ରକାଶ କରୁନାହିଁ। ଏବେ ଆଉ ଏକ ସମସ୍ୟା ଚିନ୍ତାର କାରଣ ହେଲାଣି। ତାହା ହେଲା କେନାଲ ପାର୍ଶ୍ୱରେ ଥିବା ସରକାରୀ ଜମି (ଚିରକାଳ)କୁ ଜବରଦଖଲ କରି ଅନେକ ଲୋକ ପୋତି ଦେଇଛନ୍ତି। ଏହାଦ୍ୱାରା ସାମାନ୍ୟ ବର୍ଷାରେ ବି ପାଣି ଜମି ରହି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ଏଥିସହ ଅନେକ ସରକାରୀ ଓ ବେସରକାରୀ ଲୋକଙ୍କ ଘରକୁ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଏହାର ସମାଧାନ ନ ହେଲେ ଆଗକୁ ପରିସ୍ଥିତି ଅଧିକ ଜଟିଳ ହେବ ବୋଲି ଆଶଙ୍କା ପ୍ରକାଶ ପାଇଛି।
  ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ ବୋଲି ନିୟମ ରହିଛି। ଏହାର ଗତି ବଦଳାଯାଇ ପାରିବନାହିଁ। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଅଛି। ରାଜ୍ୟ ସରକାର ମଧ୍ୟ ବିଭିନ୍ନ ସମୟରେ ନାଳ କିମ୍ବା ଡ୍ରେନ୍‌ରେ ଯେପରି ଜଳ ନିଷ୍କାସନରେ ବାଧା ନ ଉପୁଜିବ ସେନେଇ ଜିଲା ପ୍ରଶାସନକୁ ଚିଠି କରୁଛନ୍ତି। ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଗତ୍‌ସିଂହପୁରକୁ ଏ ସଂକ୍ରାନ୍ତୀୟ ଚିଠି ଆସିଛି। ଏଥିରେ ଉଲ୍ଲେଖ ଅଛି, ଡ୍ରେନ୍‌ଗୁଡିକର ଯେଉଁସବୁ ସ୍ଥାନରେ ପାଣି ଜମି ରହୁଛି ସେଗୁଡିକ ସଫା କରି ଜଳ ନିଷ୍କାସନକୁ ସ୍ବାଭାବିକ କର। ଜବରଦଖଲ ହୋଇଥିଲେ ଉଚ୍ଛେଦ କର। ଡ୍ରେନ୍‌ ବା ନାଳଗୁଡିକ ଯେଉଁ ବିଭାଗ ଅଧୀନରେ ଯାଉଛି ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ସହ ଯୋଗାଯୋଗ କରି ଜବରଦଖଲ ଉଚ୍ଛେଦ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କର। ଆବଶ୍ୟକ ପଡ଼ିିଲେ ପୋଲିସର ସହାୟତା ନେଇ ଏହି କାମ କରିବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଅଛି। ଏହି ଚିଠି ପାଇଲା ପରେ ଅତୀତରେ ଜଗତ୍‌ସିଂହପୁର ପୌର ପରିଷଦ ପକ୍ଷରୁ ବୈଠକ କରାଯିବା ସହ ସହରରେ ଯାଇଥିବା ୩ଟି ଡ୍ରେନେଜ୍‌ କଟ୍‌କୁ ଜବରଦଖଲମୁକ୍ତ ଓ ସଫା କରାଯିବା ନେଇ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଏହା କେବଳ ବୈଠକରେ ହିଁ ସୀମିତ ରହିଛି।
ପରିଷଦ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଜଗତ୍‌ସିଂହପୁର ସହର ଦେଇ ନାଗପୁର, ପାଣିଶାଳିଆ ଓ ମାଧପୁର ଡ୍ରେନ୍‌ ଯାଇଛି। ନାଗପୁର ଡ୍ରେନ୍‌ ଜଗତ୍‌ସିଂହପୁରରୁ ବାହାରିଥିବା ବେଳେ ସେଥିରୁ ୩ କିଲୋମିଟର ଜଗତ୍‌ସିଂହପୁର ପୌର ପରିଷଦ ଅଧୀନରେ ରହିଛି । ଏହା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ରାସ୍ତାର ଅପରପାର୍ଶ୍ୱରୁ ବାହାରି ଟାଉନ ହଲ୍‌ ଛକ-ସିପି-ଖେରସ ମୌଜା ଦେଇ ପୁରୋହିତପୁର ପାଖରେ ନାଳରେ ପଡ଼ିଛି । ଜଗତ୍‌ସିଂହପୁର ସହରରେ ଏହି ଡ୍ରେନ୍‌ର ଓସାର ପାଖାପାଖି ୩୦ ଫୁଟ ହେବ ବୋଲି କୁହାଯାଉଥିବା ବେଳେ ବାସ୍ତବରେ କିନ୍ତୁ ଏହା ଜବରଦଖଲ କାରଣରୁ ସଙ୍କୁଚିତ ହୋଇଯାଇଛି। ଏବେ ଏହାର ଓସାର ମାତ୍ର ୫/୬ ଫୁଟ ଭିତରେ ଥିବା କୁହାଯାଉଛି। ସେହିପରି ପାଣିଶାଳିଆ ଡ୍ରେନ୍‌ର ଦୈର୍ଘ୍ୟ ପାଖାପାଖି ୧.୫ କିଲୋମିଟର ହେବ। ଏହା ସହରରେ ଥିବା ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ନିକଟରୁ ବାହାରି ବସ୍‌ଷ୍ଟାଣ୍ଡ, ଟାଉନ ହଲ୍‌ ଛକ ଦେଇ ପାଣିଶାଳିଆ ଅମୁହାଁଦଣ୍ଡା ପର୍ଯ୍ୟନ୍ତ ଲମ୍ବିଛି। ଏହି ଡ୍ରେନ୍‌ ମଧ୍ୟ ଜବରଦଖଲ ହୋଇଛି। ମାଧପୁର ଡ୍ରେନ୍‌ର ଲମ୍ବ ପାଖାପାଖି ୨ କିଲୋମିଟର ହେବ। ଏହି ଡ୍ରେନ୍‌ର କମ୍‌ ସ୍ଥାନ ଜବରଦଖଲ ହୋଇଥିବା ଜଣାପଡ଼ିଛି। ଫଳରେ ଜଳ ନିଷ୍କାସନରେ ବାଧା ଉପୁଜିଛି। ନାଗପୁର ଡ୍ରେନ୍‌ଟି ସବୁଠାରୁ ଅଧିକ ଅବ୍ୟବସ୍ଥିତ ଅବସ୍ଥାରେ ରହିଛି। ଜବରଦଖଲ ସାଙ୍ଗକୁ ବ୍ୟବସାୟୀମାନେ ଏଥିରେ ଅଳିଆଆବର୍ଜନା ପକାଉଥିବାରୁ ଦୁର୍ଗନ୍ଧରେ ନାକ ଫାଟି ପଡୁଛି। ଜଗତ୍‌ସିଂହପୁର ପୌର ପରିଷଦ ପକ୍ଷରୁ ମଧ୍ୟ ସଫେଇ ଠିକ୍‌ ଭାବେ ହେଉନାହିଁ। ଅନ୍ୟପଟେ ଜଗତ୍‌ସିଂହପୁର ପୌର ପରିଷଦ ୱାର୍ଡ ସଂଖ୍ୟା ୨ରୁ ଆରମ୍ଭ କରି ଅନ୍ୟ ୱାର୍ଡ ଦେଇ ଯାଇଥିବା କେନାଲ ପାର୍ଶ୍ୱରେ ଥିବା ଚିରକାଳ ସରକାରୀ ଜମିକୁ ଅନେକ ବ୍ୟକ୍ତି ନିଜ ଦଖଲକୁ ନେଇ ପୋତି ଚାଲିଛନ୍ତି। ଯେହେତୁ ଚିରକାଳ ଜମି ଦେଇ ଜଳ ନିଷ୍କାସନ ହୋଇପାରୁଥିଲା ଏବେ ଏହା ପୋତାଯିବା ପରେ ପରିସ୍ଥିତି ଜଟିଳ ରୂପ ନେଇଛି। ଯେଉଁମାନଙ୍କ ଜମି ନୀଚା ଏବଂ ଆଗରେ ଚିରକାଳ ଜମି ରହିଛି ସେମାନଙ୍କ ଘରେ ଏବେ ପାଣି ପଶୁଛି। ନିଷ୍କାସନ କିମ୍ବା ଜଳ ପ୍ରବାହ ସମ୍ଭବ ହେଉ ନ ଥିବାରୁ ଏହି ପରିବାରଗୁଡିକ ଏକ ପ୍ରକାର ଜଳବନ୍ଦୀ ହୋଇ ରହୁଛନ୍ତି । ଜିଲା ପ୍ରଶାସନ ପ୍ରତିବର୍ଷ ବର୍ଷାଦିନ ପୂର୍ବରୁ କେବଳ ଉପରଠାଉରିଆ ସମୀକ୍ଷା କରି ମୁଣ୍ଡରୁ ଦାୟିତ୍ୱ ହସ୍ତାନ୍ତର କରିଦେଉଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ଜଗତ୍‌ସିଂହପୁର ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂହଙ୍କୁ ପଚାରିବାରୁ ସେ କହିଥିଲେ, ଯେଉଁସବୁ ସ୍ଥାନ ଜବରଦଖଲରେ ଅଛି ସେଗୁଡିକ ଡ୍ରେନେଜ୍‌ ଡିଭିଜନ ଅଧୀନରେ ରହିଛି। ଏହି ବିଭାଗକୁ ଜବରଦଖଲମୁକ୍ତ ସହ ଭିତ୍ତିଭୂମିରେ ସୁଧାର ପାଇଁ କୁହାଗଲେ ସୁଦ୍ଧା କିଛି ହେଉନାହିଁ। ସେହିପରି ଚିରକାଳ ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ  ଜଳ ସମ୍ପଦ ବିଭାଗ ପଦକ୍ଷେପ ନେଉନାହିଁ। ତଥାପି ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ସିଂହ କହିଛନ୍ତି। ଏ ସମ୍ପର୍କରେ ଜଳ ସମ୍ପଦ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ପ୍ରତାପ ଶତପଥୀଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?