ବିଜୁ ପକ୍କା ଘରେ ଚାଲିଛି ସରକାରୀ ମଦ ଦୋକାନ: ବନ୍ଦ ଦାବିରେ…

ହାଟଡିହୀ,୧।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ, ଆମ୍ବଗଡ଼ିଆ, ବାରିଙ୍ଗା ଗ୍ରାମର ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ଶୁକ୍ରବାର ସ୍ଥାନୀୟ ମଦ ଦୋକାନକୁ ବିରୋଧ କରି ଆନ୍ଦୋଳନ ଆରମ୍ଭ କରିଛନ୍ତି l ଶତାଧିକ ମହିଳା ମଦ ଦୋକାନ ସ୍ଥାନାନ୍ତର ଦାବି କରି ସୋସୋ କଲେଜ ଛକ ମୁଖ୍ୟ ରାସ୍ତାରେ ବସିଛନ୍ତି।

ମହିଳାଙ୍କ ଅଭିଯୋଗ ମୁତାବକ, ସୋସୋ, ଆମ୍ବଗଡ଼ିଆ, ବାରିଙ୍ଗା ୩ ଗ୍ରାମର ମଝାମଝିରେ ଆର୍‌ଡି ରାସ୍ତାକୁ ଲାଗି ବିଦ୍ୟାଧରପୁର ସରକାରୀ ମଦ ଦୋକାନ ରହିଛି। ହେଲେ ମଦ ଦୋକାନ ବନ୍ଦ କରିବା ଲାଗି ପ୍ରଶାସନିକ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ଏଯାଏଁ ଦୋକାନ ବନ୍ଦ ନେଇ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏପରିକି ବିଜୁ ପକ୍କା ଘର ଯୋଜନାରେ ଜଣେ ହିତାଧିକାରୀ ପାଇଥିବା ଗୃହରେ ଏହି ମଦ ଦୋକାନ ଚାଲିଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ମଦ ଦୋକାନ ଉଠିଲେ ଆନ୍ଦୋଳନରୁ ଉଠିବୁ ବୋଲି ରେଣୁବାଳା ନାୟକ,ନିରୁପମା ନାୟକ,ପ୍ରଭାସିନୀ ନାୟକ, ମେନକା ନାୟକ, ଶକୁନ୍ତଳା ମହାନ୍ତି,ପ୍ରେମଲତା ନାୟକ,ପ୍ରଭାତୀ ନାୟକ, ସଂଯୁକ୍ତା ନାୟକ ପ୍ରମୁଖ କହିଛନ୍ତି l

ମହିଳାଙ୍କ ଆନ୍ଦୋଳନକୁ ବିଭିନ୍ନ ମହଳରେ ସମର୍ଥନ ଜଣାଯାଇଛି। ଆନ୍ଦୋଳନ ଯୋଗୁ ସମ୍ପୃକ୍ତ ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ପ୍ରଶାସନ ପକ୍ଷରୁ ଉଚିତ ପଦକ୍ଷେପ ନିଆଯାଉ ବୋଲି ସୋସୋ ପଞ୍ଚାୟତର ପୂର୍ବତନ ସରପଞ୍ଚ ବୈଲୋଚନ ନାୟକ ଦାବି କରିଛନ୍ତି। ସୋସୋ ଥାନା ଅଧିକାରୀ ବିଜୟ କୁମାର ବିହାରୀ କହିଛନ୍ତି ଯେ, ମଦ ଦୋକାନ ସ୍ଥାନାନ୍ତର ପାଇଁ ମହିଳାମାନେ ଆନ୍ଦୋଳନ ଆରମ୍ଭ କରିଛନ୍ତି l ଘଟଣା ସ୍ଥଳକୁ ଯାଇ ଆନ୍ଦୋଳନକାରୀଙ୍କୁ ବୁଝାବୁଝି କରିଥିଲି l କିନ୍ତୁ ମହିଳାମାନେ ଜିଦରେ ଅଟଳ ଥିବାରୁ କୌଣସି ସୁଫଳ ମିଳିନାହିଁ। ଏନେଇ ଉପର ଅଧିକାରୀଙ୍କୁ ଜଣାଇଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?