Posted inଜାତୀୟ

ବିଚାରପତିଙ୍କୁ ବ୍ଲାକମେଲ କରିବାକୁ ଯାଞ୍ଚ୍‌ ଏଜେନ୍ସିର ଅପବ୍ୟବହାର କରୁଛନ୍ତି ସରକାର: ପ୍ରଶାନ୍ତ ଭୂଷଣଙ୍କ ଅଭିଯୋଗ…

ନୂଆଦିଲ୍ଲୀ,୨୦।୧୨ : ସୁପ୍ରିମ୍‌କୋର୍ଟର ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ କେନ୍ଦ୍ର ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ସରକାର ବିଚାରପତିଙ୍କ ତ୍ରୁଟି ଖୋଜି ସେମାନଙ୍କୁ ବ୍ଲାକ୍‌ମେଲ କରିବା ଲାଗି ଯାଞ୍ଚ୍‌ ଏଜେନ୍ସିର ଅପବ୍ୟବହାର କରୁଛନ୍ତି। ଏଭଳି କରି ସରକାର ସମ୍ବିଧାନ ଦ୍ୱାରା ସ୍ବତନ୍ତ୍ରତା ପ୍ରାପ୍ତ ଅନୁଷ୍ଠାନକୁ ନିଜ ନିୟନ୍ତ୍ରଣକୁ ନେବାକୁ ଉଦ୍ୟମ କରୁଛନ୍ତି।

ଯଦି ସରକାରଙ୍କୁ ମନେ ହେଉଛି ଯେ କୌଣସି ବିଚାରପତି ସରକାରଙ୍କ ଅନୁସାରେ କାର୍ଯ୍ୟ କରିବେ ନାହିଁ ତେବେ ତାଙ୍କୁ ଶୀର୍ଷପଦବୀରେ ନିଯୁକ୍ତି ପ୍ରଦାନ କରାଯାଉ ନାହିଁ। ଅବସର ପରେ ଅନ୍ୟ ନିଯୁକ୍ତିର ଲୋଭ ଦେଖାଇ ସରକାର ନ୍ୟାୟିକ ପ୍ରକ୍ରିୟା ଫଇସଲାକୁ ପ୍ରଭାବିତ କରିବାର ପ୍ରୟାସ କରାଯାଉଛି। ଏବେ ସମସ୍ତ ବିଚାରପତିଙ୍କ ଫାଇଲ ପ୍ରସ୍ତୁତ କରିବାକୁ ଆୟକର, ଆଇବି,ଇଡି, ସିବିଆଇକୁ କୁହାଯାଉଛି।

ବିଚାରପତିଙ୍କ ସମସ୍ତ ସମ୍ପର୍କୀୟଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ନିର୍ଦ୍ଦେଶ ପ୍ରଦାନ କରାଯାଉଛି। ପୂର୍ବରୁ ବିଧେୟକ ପାରିତ ହେବା ପୂର୍ବରୁ ସଂସଦୀୟ କମିଟିରେ ଏହାର ଚର୍ଚ୍ଚା ହେଉଥିଲା। ମାତ୍ର ଏବେ ବିନା ଚର୍ଚ୍ଚାରେ ଏହାକୁ ପାରିତ କରାଯାଉଛି। ପୂର୍ବରୁ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ଥିଲେ। ମାତ୍ର ଏବେ ସରକାର ନିର୍ବାଚନ ତାରିଖ ଘୋଷଣା କରୁଛନ୍ତି। ସରକାର ଦେଶକୁ ଏକ ଅନ୍ଧଗଳିକୁ ନେବାରେ ଲାଗିଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri