Posted inଜାତୀୟ

ବିଚାରପତିଙ୍କୁ ବ୍ଲାକମେଲ କରିବାକୁ ଯାଞ୍ଚ୍‌ ଏଜେନ୍ସିର ଅପବ୍ୟବହାର କରୁଛନ୍ତି ସରକାର: ପ୍ରଶାନ୍ତ ଭୂଷଣଙ୍କ ଅଭିଯୋଗ…

ନୂଆଦିଲ୍ଲୀ,୨୦।୧୨ : ସୁପ୍ରିମ୍‌କୋର୍ଟର ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ କେନ୍ଦ୍ର ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ସରକାର ବିଚାରପତିଙ୍କ ତ୍ରୁଟି ଖୋଜି ସେମାନଙ୍କୁ ବ୍ଲାକ୍‌ମେଲ କରିବା ଲାଗି ଯାଞ୍ଚ୍‌ ଏଜେନ୍ସିର ଅପବ୍ୟବହାର କରୁଛନ୍ତି। ଏଭଳି କରି ସରକାର ସମ୍ବିଧାନ ଦ୍ୱାରା ସ୍ବତନ୍ତ୍ରତା ପ୍ରାପ୍ତ ଅନୁଷ୍ଠାନକୁ ନିଜ ନିୟନ୍ତ୍ରଣକୁ ନେବାକୁ ଉଦ୍ୟମ କରୁଛନ୍ତି।

ଯଦି ସରକାରଙ୍କୁ ମନେ ହେଉଛି ଯେ କୌଣସି ବିଚାରପତି ସରକାରଙ୍କ ଅନୁସାରେ କାର୍ଯ୍ୟ କରିବେ ନାହିଁ ତେବେ ତାଙ୍କୁ ଶୀର୍ଷପଦବୀରେ ନିଯୁକ୍ତି ପ୍ରଦାନ କରାଯାଉ ନାହିଁ। ଅବସର ପରେ ଅନ୍ୟ ନିଯୁକ୍ତିର ଲୋଭ ଦେଖାଇ ସରକାର ନ୍ୟାୟିକ ପ୍ରକ୍ରିୟା ଫଇସଲାକୁ ପ୍ରଭାବିତ କରିବାର ପ୍ରୟାସ କରାଯାଉଛି। ଏବେ ସମସ୍ତ ବିଚାରପତିଙ୍କ ଫାଇଲ ପ୍ରସ୍ତୁତ କରିବାକୁ ଆୟକର, ଆଇବି,ଇଡି, ସିବିଆଇକୁ କୁହାଯାଉଛି।

ବିଚାରପତିଙ୍କ ସମସ୍ତ ସମ୍ପର୍କୀୟଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ନିର୍ଦ୍ଦେଶ ପ୍ରଦାନ କରାଯାଉଛି। ପୂର୍ବରୁ ବିଧେୟକ ପାରିତ ହେବା ପୂର୍ବରୁ ସଂସଦୀୟ କମିଟିରେ ଏହାର ଚର୍ଚ୍ଚା ହେଉଥିଲା। ମାତ୍ର ଏବେ ବିନା ଚର୍ଚ୍ଚାରେ ଏହାକୁ ପାରିତ କରାଯାଉଛି। ପୂର୍ବରୁ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ଥିଲେ। ମାତ୍ର ଏବେ ସରକାର ନିର୍ବାଚନ ତାରିଖ ଘୋଷଣା କରୁଛନ୍ତି। ସରକାର ଦେଶକୁ ଏକ ଅନ୍ଧଗଳିକୁ ନେବାରେ ଲାଗିଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?