Posted inଜାତୀୟ

ନିଜ ସଂଖ୍ୟାଲଘୁ ବିରୋଧୀ ନୀତିର ଖୋଲା ଖୋଲି ପ୍ରଦର୍ଶନ କରୁଛନ୍ତି ସରକାର: ଚିଦାମ୍ବରମ…

ନୂଆଦିଲ୍ଲୀ,୪।୨ : କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ ଅଭିଯୋଗ କରିଛନ୍ତି ଯେ ସରକାର ନିଜର ସଂଖ୍ୟାଲଘୁ ବିରୋଧୀ ନୀତିର ଖୋଲାଖୋଲି ଭାବେ ପ୍ରଦର୍ଶନ କରୁଛନ୍ତି। ମୌଲାନା ଆଜାଦ ନ୍ୟାଶନାଲ ଫେଲୋଶୀପ ବାତିଲ କରିବାକୁ ନେଇ ସରକାରଙ୍କ ନିଷ୍ପତ୍ତି ସମ୍ପର୍କରେ ସେ ଏଭଳି ଅଭିଯୋଗ କରିଛନ୍ତି। ଲୋକସଭାରେ ଏକ ପ୍ରଶ୍ନର ଲିଖିତ ପ୍ରଶ୍ନର ଉତ୍ତରରେ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ସ୍ମୃତି ଇରାନୀ କହିଥିଲେ ଯେ ଉଚ୍ଚଶିକ୍ଷା ପାଇଁ ମୌଲାନା ଆଜାଦ ନ୍ୟାଶନାଲ ଫେଲୋଶିପ ଭଳି ବିଭିନ୍ନ ଯୋଜନା ଚାଲିଛି। ଏଭଳି ପରିସ୍ଥିତିରେ ସରକାର ୨୦୨୨-୨୩ ଆର୍ଥିକ ବର୍ଷରେ ଏହି ଫେଲୋଶିପ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ସରକାରଙ୍କ ନିଷ୍ପତ୍ତି ଉପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପି ଚିଦାମ୍ବରମ ଟୁଇଟ କରି କହିଛନ୍ତି ଯେ ସଂଖ୍ୟାଲଘୁ ଛାତ୍ରମାନଙ୍କ ପାଇଁ ଫେଲୋଶିପ ବନ୍ଦ କରିବା ଏବଂ ବିଦେଶରେ ପଢ଼ିବା ପାଇଁ ଶିକ୍ଷା ଋଣ ଉପରେ ସବସିଡି ରଦ୍ଦ କରିବା ସରକାରଙ୍କର ଏକ ମନମୁଖୀ କାର୍ଯ୍ୟ ଏବଂ ଏବଂ ଅଯୌକ୍ତିକ ଅଟେ। ପୂର୍ବରୁ ଅନେକ ଯୋଜନା ଚଳାଇବାକୁ ସରକାରଙ୍କ ଯୁକ୍ତି ଉପରେ ଚିଦାମ୍ବରମ ଲେଖିଛନ୍ତି ଯେ ଏହି ଫେଲୋଶିପ ଏବଂ ସବସିଡି, ଅନ୍ୟ ଯୋଜନା ପରି ଥିଲା। ମନରେଗା ପରି ଏହା ମଧ୍ୟ ସମାନ ଯୋଜନା ଥିଲା। ବାର୍ଦ୍ଧକ୍ୟ ପେନ୍ସନ ମଧ୍ୟ ମନରେଗା ପରି। ଏହିପରି ଅନେକ ଯୋଜନା ଅଛି ।

ସଂଖ୍ୟାଲଘୁ ଛାତ୍ରଙ୍କ ଜୀବନକୁ କଷ୍ଟସାଧ୍ୟ କରିବା ପାଇଁ ସରକାର ଶୀଘ୍ର କାର୍ଯ୍ୟ କରୁଛନ୍ତି ବୋଲି ଚିଦାମ୍ବରମ ଅଭିଯୋଗ କରିଛନ୍ତି। ସଂଖ୍ୟାଲଘୁ ବିରୋଧୀ ନୀତିକୁ ସରକାର ଖୋଲାଖୋଲି ଭାବେ ପ୍ରଦର୍ଶନ କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି। ଯେପରି ଏହା ସମ୍ମାନର ବିଷୟ। ଚିଦାମ୍ବରମ ଏହାକୁ ଲଜ୍ଜାଜନକ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri