Posted inରାଜ୍ୟ

ପଡିଆରେ ଖେଳିବା ଉପରେ କଟକଣା, ଜାଣନ୍ତୁ କାହିଁକି ଏପରି ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୬।୪: ଖରାରେ ଖେଳିବା ଉପରେ ଲାଗିଲା କଟକଣା । ପ୍ରବଳ ଖରା ହେଉଥିବାରୁ ଆଉଟ ଡୋର୍‌ ଖେଳ ଉପରେ କଟକଣା ଲଗାଇଛନ୍ତି ସରକାର । ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନ ଖେଳିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏନେଇ କ୍ରୀଡା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି SRC । ଖରାରେ ବିଭିନ୍ନ ଜାଗାରେ ଖେଳ ଚାଲୁଥିବା ଜଣାପଡିବା ପରେ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ବିଶେଷକରି ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଶ୍ରମିକମାନଙ୍କୁ ମଧ୍ୟ ୧୧ଟାରୁ ୩ଟା ମଧ୍ୟରେ କାମ କରିବାକୁ ବାରଣ କରାଯାଇଛି ।

ସେପଟେ ଖରାରେ ଫଉଟୁଛି ସାରା ଓଡ଼ିଶା । ଦିନ ସାଢେ ୧୧ ସୁଦ୍ଧା କେନ୍ଦୁଝରରେ ସର୍ବାଧିକ ୩୮.୬ ଡିଗ୍ରୀ ରେକର୍ଡ କରାଯାଇଛି। ଝାରସୁଗୁଡ଼ା ଓ ସମ୍ବଲପୁର ତାପମାତ୍ରା ୩୭.୪ ଡିଗ୍ରୀ, ଭୁବନେଶ୍ୱରରେ ୩୬.୨, ଚାନ୍ଦବାଲି ୩୭.୨, ହୀରାକୁଦ ୩୬.୯, ରାଉରକେଲା ୩୬.୬ ଡିଗ୍ରୀ ରେକର୍ଡ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri