ପେଟେଣ୍ଟ ଅନୁମୋଦନ ସମୟ ସୀମା କମ କରିବାକୁ ଯୋଜନା କରୁଛନ୍ତି ସରକାର: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୧୨ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ପେଟେଣ୍ଟ ପାଇଁ ଦାଖଲ ହୋଇଥିବା ଆବେଦନଗୁଡିକର ଅନୁମୋଦନ ସମୟକୁ ଆହୁରି ହ୍ରାସ କରିବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଛନ୍ତି। ଏହାକୁ ୭୨ମାସରୁ ୧୨ ରୁ ୨୪ ମାସକୁ ହ୍ରାସ କରାଯାଇସାରିଛି। ତେବେ ପୁଣି ଏହାକୁ କମ କରାଯିବାର ଯୋଜନା ରହିଛି। ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ ପେଟେଣ୍ଟ ପାଇଁ ଘରୋଇ ଆବେଦନ ବୃଦ୍ଧି ପାଇବାରେ ଲାଗିଛି ଏବଂ ୨୦୨୧ ମସିହାରେ ମୋଟ ୫୮,୫୦୨ ଆବେଦନ କରାଯାଇଥିବାବେଳେ ୨୮,୩୯୧ଟି ମଞ୍ଜୁର ହୋଇଛି।

ଯେତେବେଳେ ୨୦୧୬ ରେ ଷ୍ଟାର୍ଟ ଅପ ନୀତି ଘୋଷଣା କରାଯାଇଥିଲା, ସେତେବେଳେ ଷ୍ଟାର୍ଟଅପଗୁଡ଼ିକୁ ପେଟେଣ୍ଟ ଆବେଦନ କରିବାରେ ସାହାଯ୍ୟ କରିବାକୁ ଅନେକ ନୀତି ଅଣାଯାଇଥିଲା। ୨୦୧୬ରେ, ଏକ ପେଟେଣ୍ଟ ଅନୁମୋଦନ ପାଇଁ ୭୨ ମାସ ସମୟ ଲାଗୁଥିଲା। ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ଶେଷ ଆକଳନ ଅନୁଯାୟୀ, ଅନୁମୋଦନ ସମୟ ୧୨ ମାସକୁ ଖସି ଆସିଛି, କେତେକ କ୍ଷେତ୍ରରେ ଏହା ୨୪ମାସ ମଧ୍ୟ ରହିଛି। ତେବେ ଆମେ ଏହାକୁ ଆହୁରି ହ୍ରାସ କରିବାକୁ ଚେଷ୍ଟା କରୁଛୁ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି...

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

ରେକର୍ଡସ୍ତରରେ ସୁନା ଦର: ଏବେ ୧୦ ଗ୍ରାମକୁ ଗଣିବେ…

ଭୁବନେଶ୍ୱର,୧୬।୪: ପୁଣି ବଢ଼ିଲା ସୁନା ଦର। ପ୍ରଥମ ଥର ପାଇଁ ସୁନା ସର୍ବକାଳୀନ ନୂଆ ରେକର୍ଡ ସହ ୭୪ ହଜାର ଟଙ୍କା ପାର କରିଛି। ୨୪...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri