ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ: ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର,୨୦ା୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସମସ୍ତ ପରିସ୍ଥିତିର ସାମ୍‌ନା କରିବାକୁ ସରକାର ପ୍ରସ୍ତୁତ ରହିଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଥିବା ସେ କହିଛନ୍ତି।

ଏପରିକି ମୁଖ୍ୟ ଶାସନ ସଚିବ SRCଙ୍କ ସହ ଯୋଗାଯୋଗରେ ରହିଛନ୍ତି। ସୋମବାର ସମ୍ଭାବ୍ୟ ବାତ୍ୟାର ମୁକାବିଳା ପାଇଁ ଏକ ଗୁରୁବପୂର୍ଣ୍ଣ ବୈଠକ ବସିବ ବୋଲି ମନ୍ତ୍ରୀ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସମସ୍ତ ପ୍ରକାର ପରିସ୍ଥିତିର ସାମ୍‌ନା ପାଇଁ ପ୍ରସ୍ତୁତ ଥିବା କହିବା ସହ ଜନସାଧାରଣଙ୍କୁ ଆତଙ୍କିତ ନ ହେବାକୁ ପରାମର୍ଶ ଦେଇଛନ୍ତି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ରବିବାର ସ୍ପଷ୍ଟ ସୂଚନା ଦେଇଛନ୍ତି। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ଆଇଏମ୍‌ଡି ଡିଜି ଆକଳନ କରିଛନ୍ତି।

ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ ତାରିଖରେ ବର୍ଷା ଅଧିକ ହେବ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ଏପରିକି ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ମୃତ୍ୟୁଞ୍ଜୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri