ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ: ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର,୨୦ା୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସମସ୍ତ ପରିସ୍ଥିତିର ସାମ୍‌ନା କରିବାକୁ ସରକାର ପ୍ରସ୍ତୁତ ରହିଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଥିବା ସେ କହିଛନ୍ତି।

ଏପରିକି ମୁଖ୍ୟ ଶାସନ ସଚିବ SRCଙ୍କ ସହ ଯୋଗାଯୋଗରେ ରହିଛନ୍ତି। ସୋମବାର ସମ୍ଭାବ୍ୟ ବାତ୍ୟାର ମୁକାବିଳା ପାଇଁ ଏକ ଗୁରୁବପୂର୍ଣ୍ଣ ବୈଠକ ବସିବ ବୋଲି ମନ୍ତ୍ରୀ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସମସ୍ତ ପ୍ରକାର ପରିସ୍ଥିତିର ସାମ୍‌ନା ପାଇଁ ପ୍ରସ୍ତୁତ ଥିବା କହିବା ସହ ଜନସାଧାରଣଙ୍କୁ ଆତଙ୍କିତ ନ ହେବାକୁ ପରାମର୍ଶ ଦେଇଛନ୍ତି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ରବିବାର ସ୍ପଷ୍ଟ ସୂଚନା ଦେଇଛନ୍ତି। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ଆଇଏମ୍‌ଡି ଡିଜି ଆକଳନ କରିଛନ୍ତି।

ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ ତାରିଖରେ ବର୍ଷା ଅଧିକ ହେବ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ଏପରିକି ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ମୃତ୍ୟୁଞ୍ଜୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri