Posted inଜାତୀୟ

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ପ୍ରସ୍ତୁତ ହେଉଛନ୍ତି ସରକାର: ଆତିଶି

ନୂଆଦିଲ୍ଲୀ,୧୨।୪: ଆମ ଆଦମୀ ପାର୍ଟି ସରକାରର ମନ୍ତ୍ରୀ ଆତିଶି ଦାବି କରିଛନ୍ତି ଯେ ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ମୋଦି ସରକାର ପ୍ରସ୍ତୁତ ହେଉଛନ୍ତି। ସେ କହିଛନ୍ତି ଯେ ଦିଲ୍ଲୀରେ ନିର୍ବାଚିତ ସରକାରଙ୍କ ବିରୋଧରେ ଷଡଯନ୍ତ୍ର ଚାଲିଛି ବୋଲି ତାଙ୍କ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଦିଲ୍ଲୀର ସରକାରୀ କର୍ମଚାରୀମାନେ ଏହି ବୈଠକକୁ ଆସୁନାହାଁନ୍ତି।
ଏପ୍ରିଲ ୧୨ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଆତିଶି କହିଛନ୍ତି ଯେ ୨୦ ବର୍ଷ ପୂର୍ବେ ଏହି ଘଟଣାରେ ବିବେକ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର ଏବଂ ପୋଷ୍ଟିଂ ହେଉନାହିଁ। ମିଥ୍ୟା ଅଭିଯୋଗରେ ଅରବିନ୍ଦ କେଜରୱାଲଙ୍କୁ ଗିରଫ କରାଯାଇଛି।

ଆତିଶି ଦାବି କରିଛନ୍ତି ଯେ ଦିଲ୍ଲୀର ଜନତା ଆମ ଆଦମୀ ପାର୍ଟିକୁ ପସନ୍ଦ କରନ୍ତି। ତେବେ ଏଠାକାର ନିର୍ବାଚିତ କେଜରିୱାଲ ସରକାରଙ୍କ ବିରୋଧରେ ଏକ ରାଜନୈତିକ ଷଡଯନ୍ତ୍ର ରଚିଛି। ଭାଜପା ଶାସିତ କେନ୍ଦ୍ର ସରକାର ଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ କରିବାକୁ ଯାଉଛନ୍ତି। ଗତ କିଛି ଦିନ ହେବ ଏଠାରେ କୌଣସି ବରିଷ୍ଠ ଅଧିକାରୀଙ୍କୁ ପୋଷ୍ଟ କରାଯାଉ ନାହିଁ। ଅନେକ ବିଭାଗ ଖାଲି ଅଛି, ଯେଉଁଠାରେ ଅଧିକାରୀମାନେ ଉପସ୍ଥିତ ନାହାଁନ୍ତି ।
ସରକାର କାମ କରୁନଥିବା କାରଣରୁ ଦିଲ୍ଲୀର ଏଲଜି ମଧ୍ୟ ଗୃହ ମନ୍ତ୍ରଣାଳୟକୁ ଚିଠି ଲେଖୁଛି। ବିନା କାରଣରେ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ବ୍ୟକ୍ତିଗତ ସଚିବଙ୍କୁ ମଧ୍ୟ ହଟାଯାଉଛି। ଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ କରିବାକୁ ପ୍ରସ୍ତୁତି ଚାଲିଥିବା ଏହି ସବୁ ସୂଚନାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?