ନିଯୁକ୍ତି କ୍ଷେତ୍ରରେ ମିଥ୍ୟା ରିପୋର୍ଟ ପ୍ରକାଶ କରୁଛନ୍ତି ସରକାର: ଭାଜପା

ଭୁବନେଶ୍ବର, ୪।୧(ବ୍ୟୁରୋ): ରାଜ୍ୟ ସରକାର ବେକାରି ଯୁବକଙ୍କୁ ମିଛ କହି ପ୍ରତାରଣା କରିବା ସହ ଭୁଆଁ ବୁଲାଉଛନ୍ତି। ସରକାର ବାହାବା ନେବା ଲାଗି ଯୁବକଙ୍କୁ ରୋଜଗାର ଯୋଗାଉଥିବା କଥା କହୁଛନ୍ତି। କିନ୍ତୁ ବାସ୍ତବରେ ବେରୋଜଗାରରେ ଓଡ଼ିଶାର ସ୍ଥିତି ଅତ୍ୟନ୍ତ ଦୟନୀୟ। ଏନ୍‌ସିଆର୍‌ବି ୨୦୧୫-୨୦ ରିପୋର୍ଟ ଅନୁଯାୟୀ ପ୍ରତିଦିନ ୪ ଜଣ ବେକାରି ଓଡ଼ିଶାରେ ଆତ୍ମହତ୍ୟା କରୁଛନ୍ତି। ସରକାର ନିଯୁକ୍ତି କ୍ଷେତ୍ରରେ ମିଥ୍ୟା ରିପୋର୍ଟ ପ୍ରକାଶ କରୁଛନ୍ତି ବୋଲି ଭାଜପା ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଇରାଶିଷ କହିଛନ୍ତି, ମୁଖ୍ୟମନ୍ତ୍ରୀ ମେକ୍‌ ଇନ୍‌ ଓଡ଼ିଶାର କାର୍ଯ୍ୟକ୍ରମ କରି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି। ୨୦୧୬-୧୮ରେ ମେକ୍‌ ଇନ୍‌ ଓଡ଼ିଶାରେ ୬ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଓଡ଼ିଶାରେ ଆସିବା ସହ ୭ ଲକ୍ଷ ନିଯୁକ୍ତି ମିଳିବ ବୋଲି ରାଜ୍ୟ ସରକାର ବାହୁସ୍ଫୋଟ ମାରିଥିଲେ। ମାତ୍ର ୫ ହଜାର ୬୦୦ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ କେବଳ ୫ ହଜାର ୮ ଶହ ନିଯୁକ୍ତି ସୁଯୋଗ ସୃଷ୍ଟି ହେଲା। ୨୦୦୮ରୁ ୨୦୧୩ ଭିତରେ ପ୍ରାୟ ୧୩ଟି ବଡ଼ ବଡ଼ ପୁଞ୍ଜିନିବେଶକାରୀ ଓଡ଼ିଶା ଛାଡ଼ି ଅନ୍ୟତ୍ର ପଳାଇଛନ୍ତି ବୋଲି ଇରାଶିଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri