୨୦୨୪ ପାଇଁ ସରକାରୀ ଛୁଟି ତାଲିକା ଘୋଷଣା: କର୍ମଚାରୀଙ୍କୁ ମିଳିବ ବର୍ଷକୁ ୩୦, ୬ ଇଚ୍ଛାଧୀନ ଛୁଟି

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ତାଲିକାରେ ୩୦ଟି ସରକାରୀ ଛୁଟି ଦିବସ ଓ ୬ଟି ଇଚ୍ଛାଧୀନ ଛୁଟି ଦିବସ ରହିଛି । କର୍ମଚାରୀମାନେ ଏହି ୬ଟି ଇଚ୍ଛାଧୀନ ଛୁଟି ମଧ୍ୟରୁ ଗୋଟିଏ ଦିନ ନିଜ ସୁବିଧା ଅନୁସାରେ ଛୁଟି ନେଇପାରିବେ ।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ବର୍ଷରେ ୩୦ଟି ସରକାରୀ ଛୁଟି ଦିବସ ରହିଛି । ଚଳିତ ୨୦୨୩ କ୍ୟାଲେଣ୍ଡର ବର୍ଷରେ ୨୭ଟି ସରକାରୀ ଛୁଟିଦିବସ ରହିଛି । ଦ୍ୱିତୀୟ ଶନିବାର ଓ ରବିବାରରେ ୫ଟି ଛୁଟିଦିନ ପଡ଼ିଥିବା ବେଳେ ରବିବାର ଓ ଶନିବାରରେ ୩ଟି ଇଚ୍ଛାଧୀନ ଛୁଟିଦିନ ପଡ଼ିଛି ।

ସରକାରୀ କର୍ମଚାରୀଙ୍କୁ ମୋଟ ଉପରେ ୩୦ଟି ସରକାରୀ ଛୁଟିଦିନ, ଗୋଟିଏ ଇଚ୍ଛାଧୀନ ଛୁଟି ସମେତ ରବିବାର ଓ ଶନିବାର(ଦ୍ୱିତୀୟ ଓ ଚତୁର୍ଥ)ରେ ୬୮ଟି ଛୁଟିଦିନ ମିଶାଇ ମୋଟ ୯୯ଟି ଛୁଟିଦିନ ମିଳିବ । ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅନ୍ୟ ଏକ ବିଜ୍ଞପ୍ତିରେ ରାଜ୍ୟରେ ଥିବା ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ସଂସ୍ଥାଗୁଡ଼ିକ ନିମନ୍ତେ ୨୦ଟି ସରକାରୀ ଛୁଟି ଦିବସ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri